www.samajalive.in
Monday, December 8, 2025
24.1 C
Bhubaneswar

ଝାରସୁଗୁଡ଼ା ଫଳ ଆଜି

ଭୁବନେଶ୍ବର : ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ୧୦ରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଇଭିଏମ ଗୁଡ଼ିକୁ ଇଞ୍ଜିନିୟରିଂ ମହାବିଦ୍ୟାଳୟ ଷ୍ଟ୍ରଙ୍ଗରୁମରେ ରଖାଯାଇଥିବାବେଳେ ଆସନ୍ତାକାଲି ଭୋଟ ଗଣତି କରାଯାଇ ଉପନିର୍ବାଚନ ଫଳାଫଳ ଘୋଷଣା କରାଯିବ।
ଏଥିପାଇଁ ଜିଲା ପ୍ରଶାସନ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗଣତି କରାଯିବ। ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହେବ। ସାଢ଼େ ୮ଟାରୁ ଇଭିଏମ ଖୋଲି ଭୋଟ ଗଣନା କରାଯିବ। ମୋଟ ୧୪ଟି ଟେବୁଲରେ ୧୯ ରାଉଣ୍ଡ ଗଣତି ହେବ। ୧୯ତମ ରାଉଣ୍ଡରେ କେବଳ ଗୋଟିଏ ବୁଥର ଭୋଟ ଗଣନା କରାଯିବ। ଅପରାହ୍ଣ ୪ଟାରୁ ୬ଟା ମଧ୍ୟରେ ଭୋଟ ଗଣତି ସାରିବାକୁ ପ୍ରଶାସନ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ଗଣତି ପାଇଁ ୬୦ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ ଷ୍ଟ୍ରଙ୍ଗରୁମରେ ସିସିଟିଭି ବ୍ୟବସ୍ଥା କରାଯାଇଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories