www.samajalive.in
Saturday, December 13, 2025
26.1 C
Bhubaneswar

କିର୍ତ୍ତୀରାଜି ସଂରକ୍ଷଣ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ଉପରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଗୁରୁତ୍ୱାରୋପ

ଡେସ୍କ: ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଥିବା ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ ଏବଂ ଏଏସଆଇ ମହାନିର୍ଦ୍ଦେଶକ କିଶୋର ବାସା ଗଣମାଧ୍ୟମକୁ ସୂଚନା ଦେଇ କିର୍ତ୍ତୀରାଜିର ବାଇ-ଲ ସମ୍ପର୍କରେ କହିଛନ୍ତି। ବିଭିନ୍ନ କିର୍ତ୍ତୀରାଜିର ବାଇ-ଲ ପ୍ରସ୍ତୁତି ଏକ ମନ୍ଥର ପ୍ରକ୍ରିୟା ତେଣୁ ଗତ ୧୦ ବର୍ଷରେ ଦେଶରେ ବହୁତ କମ ସଂଖ୍ୟକ ବାଇ-ଲକୁ ଅନୁମୋଦନ ମିଳିଛି। ଏଏସଆଇ ମହାନିର୍ଦ୍ଦେଶକ କିଶୋର ବାସା କହିଛନ୍ତି ଯେ ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ରାଜ୍ୟରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବେ।

ସେ କହିଛନ୍ତି, କପିଳେଶ୍ୱର ମନ୍ଦିରର ସଂରକ୍ଷଣ ନେଇ ଉନ୍ନତ ଯୋଜନା ପ୍ରସ୍ତୁତ କରାଯିବ।

- Advertisement -

ଏହି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଏଥିରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିଛନ୍ତି। ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକର ଅଂଶବିଶେଷ ସ୍ୱରୂପ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ’ ଶୀର୍ଷକ ଏକ ପ୍ରଦର୍ଶନୀ ଭୁବନେଶ୍ୱରସ୍ଥିତ ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ – କଳାଭୂମି ପରିସରରେ ଆୟୋଜନ କରାଯିବ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ, କେନ୍ଦ୍ର ସଂସ୍କୃତି ଓ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ କେନ୍ଦ୍ର ଗୃହ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ଦ୍ୱାରା ଏହି ପ୍ରଦର୍ଶନୀ ଉଦଘାଟିତ ହେବ। ମେ ୧୬ରୁ ୨୨ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories