www.samajalive.in
Monday, December 15, 2025
24.1 C
Bhubaneswar

ପୋଖରୀରେ ବୁଡିଯାଇ ଯୁବକ ମୃତ

କାମାକ୍ଷାନଗର : କାମାକ୍ଷାନଗର ଥାନା ବାଙ୍କୁଆଳ ଗ୍ରାମରେ ପୋଖରୀରେ ବୁଡିଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ସେହି ଗ୍ରାମ ର ଶିରିଣି ପ୍ରଧାନ । ସୂଚନା ଅନୁସାରେ ଶିରିଣି ଆଜି ସକାଳୁ ସ୍ଥାନୀୟ ପୋଖରୀକୁ ଗାଧେଇବାକୁ ଯାଇଥିଲେ । ଗାଧୋଉଥିବା ସମୟରେ ପାଣି ଭିତରେ ଅସାବଧାନତା ବଶତଃ ତାଙ୍କ ଗୋଡ଼ ପାଣି ଭିତରେ ଖସି ଯାଇଥିଲା। ଫଳରେ ସେ ପାଣିରେ ବୁଡି ଯାଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଶିରିଣିଙ୍କୁ ଉଦ୍ଧାର କରି ଉପଖଣ୍ଡ ଚିକିତ୍ସାଲୟରେ ଭର୍ତି କରାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ କାମାକ୍ଷାନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ମୃତଦେହକୁ ବ୍ୟବଛେଦ କରି ତଦନ୍ତ ଜାରି ରଖିଛି।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories