www.samajalive.in
Tuesday, December 9, 2025
16.1 C
Bhubaneswar

ସ୍ବାମୀଙ୍କ ମଙ୍ଗଳ ମନାସୀ ସାବିତ୍ରୀ ପାଳିଲେ ହଜାର ହଜାର ମହିଳା

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ଗାଁ ଗହଳିରେ ଆଜି ପ୍ରତ୍ୟେକ ସଧବା ନାରୀମାନେ ନିଜ ନିଜ ସ୍ବାମୀଙ୍କ ସୁସ୍ଥ ନିରାମୟ ଜୀବନ ତଥା ଦୀର୍ଘାୟୁ କାମନା କରି ସାବିତ୍ରୀ ବ୍ରତ ପାଳନ କରିଥିବା ଦେଖିବାକୁ ମିଳିଛି। ଜ୍ୟେଷ୍ଠ ଅମାବାସ୍ୟାରେ ବ୍ରାହ୍ମଣଙ୍କ ଦ୍ବାରା ଏହି ପୂଜାକର୍ମ ଆରମ୍ଭ କରି ଗୋଟିଏ ଶିଳପୁଆକୁ ପଞ୍ଚାମୃତ ଜଳରେ ସ୍ନାନ କଲା ପରେ ଶିଳପୁଆରେ ଅଁଳା ହଳଦୀ ଲଗାଇ ନୂତନ ବସ୍ତ୍ର ଓ ଅଳଙ୍କାର ଦ୍ବାରା ସଜାଇ ସାବିତ୍ରୀ ଦେବୀ ରୂପେ ସ୍ଥାପନା କରାଯାଇଥିଳା। ରୀତିନୀତି ଅନୁଯାୟୀ ଧୂପ, ଦୀପ, ପୁଷ୍ପ ଅର୍ପଣ କରିବା ସହ ପାଚିଲା ଆମ୍ବ, ପଣସ, ସପୁରୀ, ତାଳସଜ, ନଡ଼ିଆ, କଦଳୀ ପ୍ରଭୃତି ନାନା ଜାତିର ପକ୍ବଫଳ ଓ ଧୂଆମୁଗ ନୈବେଦ୍ୟ ରୂପେ ଅର୍ପଣ କରି ସାବିତ୍ରୀ ବ୍ରତ କରିଥାନ୍ତି। ମହିଳାମାନେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ଏହି ପୂଜା କରିଥିବା ଦେଖିବାକୁ ମିଳିଛି।

ପୁରାଣ କାହାଣୀ ଅନୁସାରେ, ଯମରାଜା ଆସି ସତ୍ୟବାନଙ୍କ ପ୍ରାଣ ନେବା ସମୟରେ ସାବିତ୍ରୀ ନିଜ ବୁଦ୍ଧି ଓ ସତୀତ୍ବ ବଳରେ ଯମରାଜଙ୍କଠାରୁ ନିଜ ସ୍ବାମୀଙ୍କ ପ୍ରାଣ ଫେରାଇ ଆଣିଥିଲେ। ଏହାକୁ ଦୁଷ୍ଟିରେ ରଖି ଆଜିର ଦିନରେ ମହିଳାମାନେ ସକାଳୁ ସକାଳୁ ସ୍ନାନ ସାରି ନୂତନ ବସ୍ତ୍ର ପରିଧାନ କରି ଉପବାସ ରହି ନିଜ ନିଜ ସ୍ୱାମୀଙ୍କ ଉଦେଶ୍ୟରେ ପୂଜା କରିଥିବା ଦେଖିବାକୁ ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories