ଆଣ୍ଡାମାନ ନିକୋବର ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗର, ନିକୋବର ଦ୍ବୀପ ଛୁଇଁଲା ମୌସୁମୀ ବାୟୁ। ନିକୋବର ଦ୍ବୀପ ଓ ଦକ୍ଷିଣ ଆଣ୍ଡାମାନ ସାଗର ମୌସୁମୀ ଛୁଇଁଛି। ଆଗାମୀ ୩/୪ ଦିନ ପର୍ଯ୍ୟନ୍ତ ଆଗକୁ ବଢ଼ିବାକୁ ପାଗ ଅନୁକୂଳ ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ ଆଣ୍ଡାମାନ ନିକୋବର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଆସନ୍ତା ୩-୪ ଦିନର ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ, ଦକ୍ଷିଣ ବଙ୍ଗୋପସାଗରର ଆଉ କିଛି ଅଂଶ, ସମଗ୍ର ଆଣ୍ଡାମାନ ସାଗର ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
କିଛିଦିନ ତଳେ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ଯେ ଆସନ୍ତା ଜୁନ ୪ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ତେବେ ପାଣିପାଗ ମଡେଲର ସୂଚନା ଅନୁସାରେ ମୌସୁମୀ ୪ ଦିନ ଆଗୁଆ କିମ୍ବା ୪ ଦିନ ବିଳମ୍ବରେ ଆସିପାରେ । ସେପଟେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଆଣ୍ଡାମାନ ନିକୋବର ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।
Comments are closed.