www.samajalive.in
Friday, December 12, 2025
23.1 C
Bhubaneswar

ରଥଯାତ୍ରା ବେଳେ ଜାରି ରହିବ ନିରବଚ୍ଛିନ୍ନ ବିଦ୍ୟୁତ ସେବା:ମନ୍ତ୍ରୀ

ଭୁବନେଶ୍ୱର: ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ସଂପର୍କରେ ଆଜି ବିଭାଗୀୟ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରଥଯାତ୍ରା ସମୟରେ ଯେପରି ନିରବଚ୍ଛିନ୍ନ ବିଦୁ୍ୟତ ସେବା ଜାରି ରହେ ସେ ସଂପର୍କରେ ମନ୍ତ୍ରୀ ଶ୍ରୀ ଦେବ ବିଭାଗୀୟ କର୍ମକର୍ତ୍ତାଙ୍କୁ ନିର୍ଦେଶ ଦେଇଛନ୍ତି। ରଥଯାତ୍ରା ସମୟକୁ ମୌସୁମୀ ଆଗମନ ହୋଇଥିଲେ ବି ପିକ୍‌ ଆୱାର ମେଗାୱାଟ୍‌ ବିଦ୍ୟୁତ ଯୋଗାଣ କରାଯିବ। ଆବଶ୍ୟକ ପଡ଼ିଲେ ଅଧିକ ପାୱାର କିଣାଯାଇ ବିଦ୍ୟୁତ ଯୋଗାଣ କମ୍ପାନୀମାନେ ଅଧିକ ପାୱାର ମଧ୍ୟ ଯୋଗାଣ କରିବେ। ପାୱାର ଗ୍ରୀଡ଼୍‌ ମଧ୍ୟରେ ସମନ୍ୱୟ ରହିବ।

ଏହା ବ୍ୟତୀତ ବିଦ୍ୟୁତ ଟ୍ରାନ୍ସଫର୍ମର ଚେକିଂ, ଲୋଡ଼ିଂ ଓ ଲାଇନ୍‌ ଚେକିଂ କରାଯିବ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡର ବିଦ୍ୟୁତ ସରବରାହ ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯିବ। ଯେହେତୁ ରାଜ୍ୟ ସାରା ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି, ତେଣୁ ବିତରଣ କମ୍ପାନୀ ଯଥା ଟିପିସିଓଡିଏଲ୍‌, ଟିପିଏସ୍‌ଓଡିଏଲ୍‌, ଟିପିଏନ୍‌ଓଡିଏଲ୍‌, ଟିପିଡବ୍ଲ୍ୟୁଡିଏଲ୍‌ ପାୱାର ଯୋଗାଣ ଉପରେ ସଜାଗ ରହିବେ। ପୁରୀ ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ ଅଧିକ ଯତ୍ନବାନ ହେବାକୁ ବୈଠକରେ କୁହାଯାଇଛି।

- Advertisement -

ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରିପ୍ରେକ୍ଷୀରେ ଶକ୍ତି ଓ ଶିଳ୍ପ ବିଭାଗର ସମୀକ୍ଷା ବୈଠକ ମନ୍ତ୍ରୀ ଶ୍ରୀ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଧାର୍ଯ୍ୟ ସମୟ ମଧ୍ୟରେ ଉଭୟ ବିଭାଗର ପ୍ରକଳ୍ପଗୁଡ଼ିକୁ ଶେଷ କରିବା ପାଇଁ ଶ୍ରୀ ଦେବ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ ଏବଂ ଶକ୍ତି ବିଭାଗ ପକ୍ଷରୁ ଗ୍ରୀଡ଼୍‌କୋର ପରିଚାଳନା ନିର୍ଦ୍ଦେଶକ, ଓପିଟିସିଏଲ୍‌ର ନିର୍ଦ୍ଦେଶକ (ଅପରେସନ୍‌) ଓ ଟିପିଡିଓସିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଉଭୟ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Hot this week

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

Related Articles

Popular Categories