www.samajalive.in
Friday, December 12, 2025
26.1 C
Bhubaneswar

ଭୈରବୀ ଡିଗ୍ରୀ କଲେଜ ଇତିହାସ ବିଭାଗର ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ

ହରଭଙ୍ଗା : ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ କଲେଜ ପରିସରରେ ଇତିହାସ ବିଭାଗ ପକ୍ଷରୁ ଶେଷବର୍ଷ ଛାତ୍ରଛାତ୍ରୀ ମନଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି। ଇତିହାସ ବିଭାଗର ମୁଖ୍ୟ ଅଧ୍ୟାପକ ଲଳିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ତାରେଣିଆ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ପ୍ରମୋଦ ମହାପାତ୍ର, ପିତବାସ ମେହେର, ପଲ୍ଲୀବିକାଶ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ମୃତ୍ୟୁଞୟ ସାହୁ ଯୋଗ ଦେଇଥିଲେ। ଉତ୍ସବରେ ବିଦାୟୀ ଛାତ୍ରାଛାତ୍ରୀ ସେମାନଙ୍କର ପୁରୁଣା ସ୍ମୃତିକୁ ମନେ ପକାଇ ଭାବବିହ୍ବଳ ହୋଇଥିଲେ। ସମସ୍ତ ଅତିଥି ଛାତ୍ରଛାତ୍ରୀ ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିବା ସହିତ ସୁନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ।ଇତିହାସ ବିଭାଗର ଅଧ୍ୟପାକ ସୁରେଶ୍ୱର ଯୋଶୀ ଅତିଥି ପରିଚୟ ପ୍ରଦାନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories