www.samajalive.in
Saturday, December 13, 2025
15.1 C
Bhubaneswar

ସୋମବାର ମନ୍ତ୍ରୀମଣ୍ଡଳ ଅଦଳବଦଳ, ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୨ ତାରିଖ ତଥା ସୋମବାର ମନ୍ତ୍ରୀମଣ୍ଡଳରେ ଅଦଳବଦଳ ହେବା ସମ୍ଭାବନା ରହିଛି। ସୋମବାର ରାଜ୍ୟ ମନ୍ତ୍ରୀମଣ୍ଡଳର ପୁନର୍ଗଠନ ପରେ ପୂର୍ବାହ୍ନରେ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିପାରନ୍ତି ବୋଲି ଜଣାପଡ଼ିଛି। ଗସ୍ତ ସାରି ଆସନ୍ତକାଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଶା ଫେରୁଥିବା ସୂଚନା ମିଳିଛି। ରାଜ୍ୟପାଳ ଓଡ଼ିଶାରେ ପହଞ୍ଚିବା ପରେ ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ କରାଯିବା ସହିତ ନୂଆ ମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇପାରେ ବୋଲି ଜଣାପଡ଼ିଛି।

ନିକଟକରେ ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବାର କିଛି ସମୟ ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମନ୍ତ୍ରୀ ମଧ୍ୟ ଇସ୍ତଫା ଦେଇଥିଲେ। ଫଳରେ ୨ ମନ୍ତ୍ରୀ ପଦ ଖାଲି ପଡ଼ିଛି। ଏହାପୂର୍ବରୁ ନବ ଦାସଙ୍କୁ ହତ୍ୟା ପରେ ମନ୍ତ୍ରୀ ପଦ ଖାଲି ରହିଛି। ଝାରସୁଗଡ଼ା, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରତିନିଧିତ୍ବ କରୁଥିବା ବିଧାୟକଙ୍କୁ ମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ବାଚସ୍ପତି କିଏ ହେବ ସେଥିନେଇ ମଧ୍ୟ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ କିଛି ବରିଷ୍ଠ ମନ୍ତ୍ରୀଙ୍କ ବିଭାଗ ଅଦଳବଦଳ ହୋଇପାରେ କିମ୍ବା କେହି ଇସ୍ତଫା ଦେଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories