ଫୁଲବାଣୀ: ଫିରିଙ୍ଗିଆ ବ୍ଲକରେ ଲଗାତାର ବିଭିନ୍ନ ଦୋକାନ ସ୍ମାର୍ଟ ସ୍କୁଲ ଓ ବିଭିନ୍ନ ଜାଗାରୁ ବାରମ୍ବାର ଚୋରି ହେଉଥିବା ବେଳେ ପୁଲିସ ଏହି ଘଟଣାର ପର୍ଦାଫାଶ କରିବା ସହ ଚୋରି ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ୭ ଜଣ ନାବାଳକଙ୍କୁ ଅଟକ ରଖି ବାଳ ସୁଧାର ଗୃହକୁ ପଠାଇଥିବା ସୂଚନା ମିଳିଛି। ଜବତ ସାମଗ୍ରୀ ମଧ୍ୟରେ ସିପିଉ, କିବୋର୍ଡ଼, ହେଡ଼ ଫୋନ ଥିବା ଜଣାପଡିଛି। ଅନ୍ୟ ପଟେ ଚୋରୀରେ ବ୍ୟବହୃତ ଜିନିଷ ସହ କିଛି ମରଣାସ୍ତ୍ର ଜବତ ହୋଇଥିବା ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ସୂଚନା ଦେଇଥିବା ବେଳେ ସମସ୍ତ ଚୋରୀରେ ସମ୍ପୃକ୍ତ ନାବାଳକ ଫିରିଙ୍ଗିଆ ଆଖ ପାଖ ଅଞ୍ଚଳର ବୋଲି ସୂଚନା ମିଳିଛି।
Popular Categories



