www.samajalive.in
Friday, December 12, 2025
27.1 C
Bhubaneswar

ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ପାଟଣା :  କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ ସମିଣାବିଲା ପଞ୍ଚାୟତ ସାନ ମସିଣାବିଲା ଗ୍ରାମର ହାତୀବାରି ସାହିରେ ରବିବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ବେଗରେ ପବନ ବର୍ଷା ହୋଇଥିଲା । ପବନର‌ ବେଗ ଏତେ ଅଧିକ ରହିଥିଲା ଯେ ଯାହା ଫଳରେ ବିଭିନ୍ନ ସ୍ଥାନରେ ଗଛ ସହ ଘର ଭାଙ୍ଗି ଯାଇଛି । ଗ୍ରାମର ବାବୁ ବେହେରାଙ୍କ ଘରର ସମ୍ପୂର୍ଣ୍ଣ ଆଜବେଷ୍ଟସ ପବନରେ ଉଡିଯାଇ ଭାଙ୍ଗି ଯାଇଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସେହିପରି ଲଙ୍ଗଳକଣ୍ଟି ଗ୍ରାମରେ କାଳବୈଶାଖୀ ପ୍ରଭାବରେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଯାଇଛି । ତେବେ କାଳବୈଶାଖୀ ପ୍ରଭାବରେ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିବା ବେଳେ ସମ୍ପୂର୍ଣ୍ଣ କ୍ଷୟକ୍ଷତିର ଆକଳନ କରାଯାଇ ପାରିନାହିଁ । କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବୀ ହେଉଛି ।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories