www.samajalive.in
Thursday, December 11, 2025
18.1 C
Bhubaneswar

ଜିଓ ଟ୍ରୁ-୫ଜି ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହର ଓ ନଗରରେ ଉପଲବ୍ଧ

ଭୁବନେଶ୍ୱର : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଜିଓ ଟ୍ରୁ-୫ଜି ସେବା ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ସମେତ ୨୦୦ରୁ ଅଧିକ ପ୍ରମୁଖ ସହର ଓ ନଗରରେ ଉପଲବ୍ଧ ହୋଇଛି । ଏଥିସହିତ ଏହି ସହର ଓ ନଗରଗୁଡ଼ିକର ଆଖପାଖରେ ଥିବା ଶତାଧିକ ଗ୍ରାମଗୁଡ଼ିକ ମଧ୍ୟ ଏଷବ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରିପାରିବେ ।

ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାକୁ ଉପଭୋଗ କରିବା ଲାଗି ଏହି ସମସ୍ତ ସହର, ନଗର ଓ ଗ୍ରାମର ଜିଓ ବ୍ୟବହାରକାରୀମାନଙ୍କୁ ଜିଓ ୱେଲକମ୍ ଅଫର ଜରିଆରେ ଆମନ୍ତ୍ରଣ କରାଯଉଛି । ଏହି ଅଂଚଳଗୁଡ଼ିକର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ପର୍ଯ୍ୟଟନ ସ୍ଥଳ, ଶିକ୍ଷାନୁଷ୍ଠାନ, ମଲ୍ ଓ ବଜାର, ଆବାସିକ ଅଂଚଳ, ହସ୍ପିଟାଲ୍‌, ହୋଟେଲ୍ ଓ ରେସ୍ତୋରାଁ, ସରକାରୀ କୋଠା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟିକ ପ୍ରତିଷ୍ଠାନ ଇତ୍ୟାଦିରେ ଜିଓ ଟ୍ରୁ-୫ଜି ସେବା ପହଂଚିପାରିଛି । ଚଳିତ ଆଇପିଏଲ୍ ସିଜନ୍‌ରେ ନିୟୁତାଧିକ ଜିଓ ଗ୍ରାହକ ଜିଓ-ଟ୍ରୁ୫ଜି ସେବାକୁ ବ୍ୟବହାର କରି ନିଜ ଘରେ ଆରାମରେ ରହି ମ୍ୟାଚ୍‌ଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ଦେଖିପାରୁଛନ୍ତି ।

- Advertisement -

ଜିଓ ପ୍ରଥମ ଟେଲିକମ୍ ସେବା ପ୍ରଦାନକାରୀ ଭାବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହର ଓ ନଗରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଛି । ସାରା ଓଡ଼ିଶାରେ ଦ୍ରୁତ ଗତିରେ ଟ୍ରୁ-୫ଜିର ଶୁଭାରମ୍ଭ କରି ଓଡ଼ିଶାରେ ଏହାର ଟ୍ରୁ-୫ଜି କଭରେଜ୍‌କୁ ସୁଦୃଢ଼ କରିବା ସହିତ ଏହି ପ୍ରଯୁକ୍ତିର ଯୁଗାନ୍ତକାରୀ ଲାଭକୁ ଜିଓ ବ୍ୟବହାରକାରୀମାନଙ୍କୁ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି ।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ସାରା ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଏବଂ ୨୦୦ରୁ ଅଧିକ ପ୍ରମୁଖ ସହର ଓ ନଗରରେ ଜିଓ ଟ୍ରୁ-୫ଜିର ଉପଲବ୍ଧତା ବିଷୟରେ ଘୋଷଣା କରି ଆମେ ବେଶ ଆନନ୍ଦିତ । ରାଜ୍ୟର ମୋବାଇଲ୍ ବ୍ୟବହାରକାରୀମାନଙ୍କ ଲାଗି ଜିଓ ହେଉଛି ସର୍ବାଧିକ ପସନ୍ଦର ଅପରେଟର ତଥା ସବୁଠୁ ଅଧିକ ପସନ୍ଦ କରାଯାଉଥିବା ପ୍ରଯୁକ୍ତି ବ୍ରାଣ୍ଡ୍ ଏବଂ ଏହି ଶୁଭାରମ୍ଭ ଓଡ଼ିଶାର ଲୋକମାନଙ୍କ ପ୍ରତି, ବିଶେଷ କରି ଯୁବପିଢ଼ିଙ୍କ ପାଇଁ ଜିଓର ନିରନ୍ତର ପ୍ରତିବଦ୍ଧତାର ପରିଚାୟକ ।

ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଏକ ବିଶ୍ୱସ୍ତରୀୟ ନେଟ୍‌ୱର୍କ ପ୍ରଦାନ କରିଥିବାରୁ ଆମେ ଗର୍ବିତ । ଜିଓ ଟ୍ରୁ-୫ଜି ଓଡ଼ିଶାର ଲୋକମାନଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟସେବା, ପର୍ଯ୍ୟଟନ, ମାନୁଫାକ୍‌ଚରିଂ (ବିନିର୍ମାଣ), ଏସ୍‌ଏମ୍‌ଇ, ଇ-ଗଭର୍ଣ୍ଣାସ୍‌, କୃଷି, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ ଓ ଆଇଟି ଆଦି କ୍ଷେତ୍ରରେ ଅସୀମିତ ଅଭିବୃଦ୍ଧି ସୁଯୋଗ ପ୍ରଦାନ କରିବ ।’’

୨୦୨୩ ଡିସେମ୍ବର ଶେଷ ସୁଦ୍ଧା ଦେଶର ସବୁ ସହର ଓ ତାଲୁକାରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିବାକୁ ଜିଓ ଯୋଜନା ରଖିଛି ।

ଜିଓ ଟ୍ରୁ-୫ଜିର ତିନି ପ୍ରକାର ବିଶେଷ ଲାଭ ରହିଛି ଯାହା ଏହାକୁ ଭାରତରେ ଏକମାତ୍ର ଟ୍ରୁ-୫ଜି ନେଟୱର୍କ କରି ଗଢିତୋଳିଛି: । ଏହା ମଧ୍ୟରେ ରହିଛି ୪ଜି ନେଟୱର୍କ ଉପରେ ଶୂନ୍ୟ ନିର୍ଭରଶୀଳତା ସହିତ ଷ୍ଟାଣ୍ଡ୍‌-ଏଲୋନ ୫ଜି ସଂରଚନା; ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ, ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ସର୍ବବୃହତ ଏବଂ ସର୍ବୋତମ ୫ଜି ସ୍ପେକ୍ଟ୍ରମର ସମ୍ମିଶ୍ରଣ ଓ କ୍ୟାରିୟର ଆଗ୍ରିଗେସନ୍ ଭଳି ଏକ ନୂତନ ଅତ୍ୟାଧୁନିକ ପ୍ରଯୁକ୍ତି ଉପଯୋଗରେ ପ୍ରତିବନ୍ଧକଶୂନ୍ୟ ଭାବରେ ଏହା ୫ଜି ଫ୍ରିକ୍ୱେନ୍ସିଗୁଡିକୁ ଗୋଟିଏ ମଜଭୁତ ‘ଡାଟା ହାଇୱେ’ରେ ପରିଣତ କରୁଛି ।

ଓଡ଼ିଶାରେ ଜିଓ ଟ୍ରୁ-୫ଜି ଯୁଗାନ୍ତକାରୀ ସାବ୍ୟସ୍ତ ହେବ । ଏହା ନୂଆ ଓ ଅଭିନବ ସେବାକୁ ସକ୍ଷମ କରି ସହିତ ଅର୍ଥନୀତିକୁ ସୁଦୃଢ଼ କରିବ ଏବଂ ରାଜ୍ୟର ଲୋକମାନଙ୍କ ଜୀବନରେ ଉନ୍ନତି ଆଣିବ ।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories