ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା : ଦଶମ ଶ୍ରେଣୀରେ ବର୍ଷ ଶେଷକୁ ବୋର୍ଡ ପରୀକ୍ଷା
ଜୁଲାଇ ୩ରୁ ସପ୍ଲିମେଣ୍ଟାରୀ ପରୀକ୍ଷା
ଡେସ୍କ : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପରିଚାଳିତ ହେଉଥିବା ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିବ। ପୂର୍ବ ପରି ଦଶମ ଶ୍ରେଣୀରେ ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ବୁଧବାର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି । କରୋନା ପରେ ପୂର୍ବ ଢାଞ୍ଚାରେ ପରୀକ୍ଷା ହେବ ବୋଲି ଶ୍ରୀ ହାଜରା କହିଛନ୍ତି।
ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ଆଉ ହେବନାହିଁ । ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହେବ। ତେବେ ପୂର୍ବରୁ ହେଉଥିବା ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ। ୪ଟି ତ୍ରୈମାସିକ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ହେବ। ସେହିପରି ନବମ ଶ୍ରେଣୀ ପାଇଁ ବାର୍ଷିକ ପରୀକ୍ଷା ହେବ ଓ ଏଥିପାଇଁ ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ ।
ଅନ୍ୟପକ୍ଷରେ ଚଳିତ ବର୍ଷ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପୁଣି ଆରମ୍ଭ ହେବ। ମେ’ ୨୬ରୁ ଜୁନ୍ ପହିଲା ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଫର୍ମ ପୂରଣ ହେବ । ଜୁଲାଇ ୩ ତାରିଖରୁ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇ ଜୁଲାଇ ୮ ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.