www.samajalive.in
Sunday, December 14, 2025
16.1 C
Bhubaneswar

ମହାରାଜା କୃଷ୍ଣଚ଼ନ୍ଦ୍ର ଗଜପତି ନାରାୟଣ ଦେବ

ମହାରାଜା କୃଷ୍ଣଚ଼ନ୍ଦ୍ର ଗଜପତି ୧୮୯୨ ମସିହା ଅପ୍ରେଲ ୨୬ ତାରିଖ ରେ ପାରଳାଖେମୁଣ୍ଡିରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଙ୍କ ନାମ ରାଜା ଗୌରଚନ୍ଦ୍ର ଦେବ (ଦ୍ୱିତୀୟ) ଓ ମାତା ଙ୍କ ନାମ ରାଣୀ ବିଷ୍ଣୁପ୍ରିୟା ଦେବୀ।ମାନ୍ଦ୍ରାଜର ନିଉଙ୍ଗଟନ ପ୍ରିନ୍ସ କଲେଜରୁ ପାଠପଢା ଶେଷ ପରେ କୃଷ୍ଣଚନ୍ଦ୍ର ୧୯୧୩ ମସିହାରେ ସ୍ୱଦେଶକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଖରସୁଆଁ ରାଜ୍ୟର ରାଜଜେମା ନଳିନୀ ଦେବୀଙ୍କୁ ବିବାହ କରିଥିଲେ ଓ ଶାସନ ଭାର ଗ୍ରହଣ କରିଥିଲେ।

ଶିକ୍ଷାର ବିକାଶ ପାଇଁ ସେ ଗୁଡ଼ିଏ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ଥାପନ କରିଥିଲେ। ମେଧାବୀ ଛାତ୍ରଙ୍କୁ ବୃତ୍ତି ଏବଂ ଗରିବ ଛାତ୍ରଙ୍କୁ ବିଦ୍ୟାଶିକ୍ଷା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ।ସେସମୟରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳ ବିଭିନ୍ନ ପ୍ରଶାସନିକ ଅଧିନରେ ରହିଥିଲା। ସମସ୍ତ ଓଡ଼ିଆ ଭାଷାଭାଷୀ ଲୋକ ଗୋଟିଏ ଅଞ୍ଚଳରେ ରହିଲେ,ଉନ୍ନତୀ ସମ୍ଭବ ବୋଲି କୃଷ୍ଣଚନ୍ଦ୍ର ଦେବ ହୃଦୟଙ୍ଗମ କରିପାରିଥିଲେ। ତଦନୁସାରେ ସମସ୍ତ ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରୀକରଣ କାର୍ଯ୍ୟ କରିବାକୁ ସେ ଶପଥ ଗ୍ରହଣ କରିଥିଲେ। ପାରଳାଖେମୁଣ୍ଡିଠାରେ ୧୯୧୨ରେ ହୋଇଥିବା ଉତ୍କଳ ସମ୍ମିଳନୀରେ ସେ ଜଣେ ପୁରୋଧା ଭାବେ କାର୍ଯ୍ୟ ନିର୍ବାହ କରିଥିଲେ । ୧୯୧୪ ମସିହା ଡିସେମ୍ବର ୨୭ ଓ ୨୮ ତାରିଖରେ ସେ ଦଶମ ଉତ୍କଳ ସମ୍ମିଳନୀ ପାରଳାଖେମୁଣ୍ଡିଠାରେ ଆହୂତ କରି ନିଜର କର୍ମକୁଶଳତା ଦେଖାଇଥିଲେ। ସେଠାରେ ପ୍ରଥମଥର ପାଇଁ ସେ ପୂର୍ଣ୍ଣାଙ୍ଗ ସ୍ୱତନ୍ତ୍ର ଓଡ଼ିଶା ଗଠନର ଭିତ୍ତି ପକାଇଥିଲେ।

- Advertisement -

ବ୍ରିଟିଶ ପାର୍ଲାମେଣ୍ଟରେ ୧୯୩୫ ମସିହା ଭାରତ ଆଇନ ସଂଶୋଧନ ହୋଇ ସମଗ୍ର ଭାରତୀୟ ଉପମହାଦେଶକୁ ୧୧ଟି ପ୍ରଦେଶରେ ବିଭକ୍ତ କରାଗଲା । ପ୍ରତି ପ୍ରଦେଶର ବିଧାନ ସଭା ପାଇଁ ନିର୍ବାଚନ ହେଲା। ଓଡ଼ିଶାରେ କଂଗ୍ରେସ ଦଳ ମନ୍ତ୍ରିମଣ୍ଡଳ ଗଠନ କରିବା କଥା, ମାତ୍ର ତତ୍କାଳୀନ ରାଜ୍ୟପାଳମାନଙ୍କ ସ୍ୱତନ୍ତ୍ର କ୍ଷମତାକୁ ବିରୋଧ କରି କୌଣସି ରାଜ୍ୟରେ କଂଗ୍ରେସ ଦଳ ଶାସନ ଦାୟିତ୍ୱ ନେଲେ ନାହିଁ। ତେଣୁ ଓଡ଼ିଶାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

୧୯୪୭ରୁ ୧୯୫୦ ଯାଏଁ ସେ ଭାରତୀୟ ସମ୍ବିଧାନ ସଭାର ସଦସ୍ୟ ଥିଲେ। ୧୯୩୨ରେ ତାଙ୍କୁ ଓଡ଼ିଶା ସରକାର “ମହାରାଜା” ଉପାଧିରେ ଭୂଷିତ କରିଥିଲେ। ସେହି ବର୍ଷ ବ୍ରିଟିଶ ସରକାର ତାଙ୍କୁ କେସିଆଇ ଉପାଧି ମଧ୍ୟ ଦେଇଥିଲେ। ପରବର୍ତ୍ତୀ ସମୟରେ ୧୯୯୨ ମସିହା ଗାନ୍ଧୀ ଜୟନ୍ତୀ ଅବସରରେ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ସମୟରେ ତାଙ୍କରି ନାମରେ ଗଜପତି ଜିଲ୍ଲା ଭାବରେ ନାମିତ ହୋଇଥିଲା। ସେ ୧୯୭୪ ମସିହା ମଇ ୨୫ ତାରିଖରେ ଦୁନିଆ ଛାଡ଼ି ଚ଼ାଲିଗଲେ। ସେହି ମହାପୁରୁଷ ଓଡ଼ିଶାର ଗର୍ବ ଓ ଗୌରବ ମହାରାଜା କୃଷ୍ଣଚ଼ନ୍ଦ୍ର ଗଜପତି ନାରାୟଣ ଦେବ ଙ୍କ ଶ୍ରାଦ୍ଧବାର୍ଷିକ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories