www.samajalive.in
Sunday, December 7, 2025
14.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ୩ ମୃତ, ୮ ଆହତ

ଗୋରଖପୁର : ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଗାଡି ଚାଳକର ଆଖି ଲାଗି ଯିବାରୁ ପିକଅପ୍‌‌ ଭ୍ୟାନ ଅନିୟନ୍ତ୍ରିତ ହୋଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି। ଏହି ଦୁର୍ଘଟଣା ଗୋଲା ଥାନା ଅନ୍ତର୍ଗତ ଗୋପାଳପୁର-ମାହ୍ଲନପାର ମାର୍ଗରେ ସ୍ଥିତ ପରସିୟା ରାବତ ଗାଁ ନିକଟରେ ବୁଧବାର ରାତିରେ ଘଟିଛି। ଗାଡି ଦ୍ରୁତ ଗତିରେ ଥିବାରୁ ଦୁର୍ଘଟଣା ସମୟରେ ଘଟଣା ସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ପୁଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories