www.samajalive.in
Tuesday, December 9, 2025
17.1 C
Bhubaneswar

ନଭେମ୍ବର ୧୬ରୁ ଯୁକ୍ତ ୨ ପରୀକ୍ଷା ଫର୍ମ ପୂରଣ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବାର୍ଷିକ ଯୁକ୍ତ ଦୁଇ ପରୀକ୍ଷା ଫର୍ମ ପୂରଣ ପାଇଁ ତାରିଖ ଘୋଷଣା କରଯାଇଛି। ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ନଭେମ୍ବର ୧୬ ତାରିଖରୁ ଫର୍ମ ପୂରଣ ଆରମ୍ଭ ହୋଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ଫି’ ୧୭ ତାରିଖଠାରୁ ୨୭ ତାରିଖ ପର୍ଯ୍ୟନ୍ତ ଜମା କରିପାରିବେ। ୨୭ ତାରିଖ ପରେ ଫର୍ମ ପୂରଣ କଲେ ୫୦ ଟଙ୍କା ଜୋରିମାନା ଦେବାକୁ ପଡ଼ିବ। ୩୦ ତାରିଖ ପର୍ଯ୍ୟନ୍ତ ଜରିମାନା ସହିତ ଫର୍ମ ପୂରଣର ସୁଯୋଗ ରହିଛି। ୨୭ ରୁ ୩୦ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀ ନଭେମ୍ବର ୨୮ ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଫି’ ଜମା କରିପାରିବେ। ସେହିପରି ଡିସେମ୍ବର ୧ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କଲେ ୩୫୦ ଟଙ୍କା ଜୋରିମାନା ଦେବାକୁ ପଡ଼ିବ। ସେମାନେ ଡିସେମ୍ବର ୩ ରୁ ୫ ତାରିଖ ମଧ୍ୟରେ ଫି’ ଓ ଜରିମାନା ଜମା କରିପାରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories