www.samajalive.in
Monday, December 15, 2025
15.1 C
Bhubaneswar

ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦିନିକିଆ ମାଲକାନଗିରି ଗସ୍ତ

ମାଲକାନଗିରି: ଯୋଜନା ଏବଂ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଶୁକ୍ରବାର ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। ସେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିବା ପାଇଁ ଏହି ଗସ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ପ୍ରଦୀପ ମାଝୀ, ମାଲକାନଗିରି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଡମା ରାବା, ଜିଲା ପରିଷଦ ଅଧ୍ୟକ୍ଷ ସମାରୀ ତାଙ୍ଗୁଲ, ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲ୍ଲାପାଳ ବିଶାଲ ସିଂ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରତ୍ନାକର ସାହୁ ଏବଂ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ବର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ଢୋଲକିଆ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନା(ଏସପିଏଫ) ଅଧୀନରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି ।

ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ସିଂ ସୂଚନା ଦେଇଥିଲେ ଯେ, ମାଲକାନଗିରି ଜିଲ୍ଲାରେ ୨୩ ଗୋଟି ମହାବିଦ୍ୟାଳୟ ପାଇଁ ୧୦ କୋଟି ୭୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ଜିଲ୍ଲାର ୭୪ ଗୋଟି ମନ୍ଦିରର ବିକାଶ ପାଇଁ ୧୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ନବରଙ୍ଗପୁର ଜିଲ୍ଲାର ୯୧ ଗୋଟି ପ୍ରକଳ୍ପ ପାଇଁ ୧୦ କୋଟି ୪୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ଏବଂ ୧୬ ଗୋଟି ମହାବିଦ୍ୟାଳୟ ଗୁଡିକର ଉନ୍ନୟନ ନିମନ୍ତେ ୧୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। କୋରାପୁଟ ଜିଲ୍ଲାର ୧୪୪ ଗୋଟି ପ୍ରକଳ୍ପ ପାଇଁ ୪୩ କୋଟି ୫୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି।

- Advertisement -

ସୂଚନା ଥାଉ କି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସବିବ ଭିକେ ପାଣ୍ଡିଆନ ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସବୁ ସମୀକ୍ଷା କରିଛନ୍ତି ଏବଂ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଅଭିଯୋଗଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ମଧ୍ୟ ନିଆଯାଇଛି। ତେଣୁ ଜିଲ୍ଲା ତରଫରୁ ସମସ୍ତ ଉପସ୍ଥିତ ଜନପ୍ରତିନିଧି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଏହି ଅବସରରେ ବିଜୁଳି, ସଡ଼କ ଏବଂ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାମକୁ ତ୍ଵରାନିତ କରି କିଭଳି ଜିଲ୍ଲାର ବିକାଶ ହୋଇପାରିବ ସେଥି ନିମନ୍ତେ ନବରଙ୍ଗପୁର ସାଂସଦ ଶ୍ରୀ ମାଝୀ ଗୁରୁତ୍ଵାରୋପ କରିଥିଲେ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରକଳ୍ପ କାର୍ଯ୍ୟ ସଂପୂର୍ଣ୍ଣ କରି ଅର୍ଥ ରାଶି ବିନିଯୋଗ କରିବାକୁ ସମସ୍ତ ଜନପ୍ରତିନିଧି ଗୁରୁତ୍ଵାରୋପ କରିଥିଲେ। ଏହି ବୈଠକରେ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ପରିଷଦର ସମସ୍ତ ପ୍ରତନିଧି, ଉପ ନିର୍ଦ୍ଦେଶକ, ଡିପିଏମୟୁ ଗୋଲକ ଦଳେଇ, ଡିପିଏମୟୁ ଓ ଜିଲ୍ଲା ପରିଷଦର ସମସ୍ତ କର୍ମଚାରୀ, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସାହୁ ବୈଠକରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories