www.samajalive.in
Thursday, December 11, 2025
14.1 C
Bhubaneswar

ଗାଧୋଇବାକୁ ଯାଇ କୁଆଖାଇରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ବର: କୁଆଖାଇ ନଦୀରେ ବୁଡ଼ି ଯାଇ ୨ ଇଞ୍ଜିନିୟରିଂ ଛାତ୍ର ମୃତ୍ୟୁ ହୋଇଛି। ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ।

ଆଜି ଗାଧୋଇବାକୁ ଯାଇଥିବାବେଳେ ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଇନ୍ଦ୍ରପାଲ ନିକଟରେ ୨ ଇଞ୍ଜିନିୟରିଂ ଛାତ୍ର ବୁଡ଼ିଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବାଲିପାଟଣା ଅଗ୍ନିଶମ କର୍ମଚାରୀ ଦୀର୍ଘ ସମୟର ଖୋଜାଖୋଜି ପରେ ଦୁଇଜଣଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ପରବର୍ତ୍ତି ସମୟରେ ଡାକ୍ତର ଉଭୟ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ।ମୃତକ ଦୁଇ ଛାତ୍ର ହେଲେ ତମାଣ୍ଡୋର ସ୍ମୃତି ସୌରଭ ପ୍ରଧାନ ଓ ରେଙ୍ଗାଲିର ସତ୍ୟଜିତ ଦାସ ବୋଲି ଚିହ୍ନଟ କରାଯାଇଛି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories