www.samajalive.in
Friday, December 12, 2025
27.1 C
Bhubaneswar

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ରୋଗୀ

ଖଇରପୁଟ: ପକ୍କା ରାସ୍ତା ନ ଥିବାରୁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ। ଫଳରେ ଗଛରୁ ପଡ଼ି ଚେତାଶୂନ୍ୟ ହୋଇଥିବା ଜଣେ ଗୁରୁତର ଆହତ ବ୍ୟକ୍ତିଙ୍କୁ ପରିବାର ଲୋକେ ଭାରରେ ୬ କିଲୋମିଟର ବୋହିବା ପରେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି। ଏପରି ଚିତ୍ର ମାଲକାନଗିରି ଜିଲା ଖଇରପୁଟ ବ୍ଲକ ରାସବେଡା ପଞ୍ଚାୟତ ତାଗାବେଡା ଗ୍ରାମରେ ଦେଖିବାକୁ ମିଳିଛି।

ତାଗାବେଡା ଗାଁର ମଙ୍ଗଳା ମୁଦୁଲି ଗଛରୁ ପଡି ଚେତାଶୂନ୍ୟ ହୋଇ ଯାଇଥିଲେ। ପରିବାର ଲୋକେ ମଙ୍ଗଳାଙ୍କ ଚେତା ଫେରାଇ ଆଣିବାକୁ ବହୁ ଚେଷ୍ଟା କରି ବିଫଳ ହୋଇଥିଲେ। କୌଣସି ସୁଫଳ ନ ମିଳିବାରୁ ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ପକ୍କା ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରିଲା ନାହିଁ। କୌଣସି ବିକଳ୍ପ ନ ପାଇ ଶେଷରେ ପରିବାର ଲୋକେ ଭାର କରି ୬ କିଲୋମିଟର ବୋହି ପଳାକାଗୁଡ଼ା ଗାଁକୁ ଆଣିଥିଲେ। ସେଠାରୁ ଆମ୍ବୁଲାନ୍ସ ଯୋଗେ ଖଇରପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories