www.samajalive.in
Sunday, December 14, 2025
16.1 C
Bhubaneswar

ଜାତୀୟ ଶିକ୍ଷାନୀତିର ସଫଳ ରୂପାୟନ କର୍ମଶାଳା

ଜି.ଉଦୟଗିରି: ସ୍ବେଚ୍ଛାସେବୀ ସଂଗଠନ ‘ସ୍ବାତୀ’ ଏବଂ ‘କ୍ରାଏ’ ପକ୍ଷରୁ ଜାତୀୟ ଶିକ୍ଷାନୀତିର ସଫଳ ରୂପାୟନ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରୀପାଠୀ ଯୋଗଦେଇଥିଲେ। ଶିକ୍ଷକମାନେ ନିଷ୍ଠାର ସହ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ଦାନ ଉପରେ ଗୁରୁତ୍ବ ଦେବା ଦରକାର ବୋଲି ଅତିଥି ଭାବେ ପ୍ରକାଶ କରିଥିଲେ।

- Advertisement -

୧୯୬୮ ମସିହାରେ ପ୍ରଚଳିତ ପ୍ରଥମ ଶିକ୍ଷାନୀତି ଓ ୩୪ ବର୍ଷ ପରେ ପ୍ରଚଳିତ ଶିକ୍ଷାନୀତିରେ ପରିବର୍ତ୍ତନ ହୋଇଛି। କିନ୍ତୁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ କେବଳ ଶିକ୍ଷା ଭିତରେ ସୀମୀତ ରଖିଲେ ଗୁଣାତ୍ମକ ଶିକ୍ଷାର ବିକାଶ ସମ୍ଭବ ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମରେ ସଂଗଠନର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଶତପଥି, ସମ୍ପାଦକ ହରିଶଙ୍କର ରାଉତ, ସଂଯୋଜିକା ସୁସ୍ମିତା ଜେନା ପ୍ରମୁଖ ଯୋଗଦେଇଥିଲେ।

କାର୍ଯ୍ୟକ୍ରମରେ ଜି.ଉଦୟଗିରି ବ୍ଳକର ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ,ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ପ୍ରତିନିଧି,ବିଭିନ୍ନ ସ୍ବେଛାସେବୀ ସଂଗଠନ କର୍ମୀ, ସାମାଜିକ କର୍ମୀ, ଅଙ୍ଗନବାଡି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ‘ସ୍ବାତୀ’ର କର୍ମୀ ପ୍ରଦୀପ କୁମାର ସ୍ବାଇଁ ପରିଚାଳନା କରିଥିବା ବେଳେ ରମେଶ ବେହେରା ଓ ଅନ୍ୟମାନେ ସହଯୋଗ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories