www.samajalive.in
Monday, December 15, 2025
17.1 C
Bhubaneswar

ଆନ୍ତରିକତା ଓ ବ୍ୟବସ୍ଥିତ ଢଙ୍ଗରେ ’ରଥଯାତ୍ରା’ ଦାୟିତ୍ବ ସଂପାଦନ ପାଇଁ ଆହ୍ବାନ

ଭୁବନେଶ୍ୱର: ଓଡ଼ିଆମାନଙ୍କର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନାର କେନ୍ଦ୍ରବିନ୍ଦୁ ହେଉଛନ୍ତି ପ୍ରଭୁ ଜଗନ୍ନାଥ। ରଥଯାତ୍ରା ହେଉଛି ଓଡ଼ିଆ ଜାତିର ସବୁଠାରୁ ଶ୍ରେଷ୍ଠ ପର୍ବ। ଦେଶବିଦେଶରୁ ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ଆସନ୍ତି। ଚଳିତ ରଥଯାତ୍ରାରେ ସୂଚନା ଓ ଲୋକସଂପର୍କ ବିଭାଗ ଉପରେ ନ୍ୟସ୍ତ ସମସ୍ତ କାର୍ଯ୍ୟକୁ ଅଧିକ ଆନ୍ତରିକତା ଓ ବ୍ୟବସ୍ଥିତ ଢଙ୍ଗରେ ନିର୍ବାହ କରି ରଥଯାତ୍ରାକୁ ଅଧିକ ସରସସୁନ୍ଦର କରିବା ପାଇଁ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ କହିଛନ୍ତି।
ଆଜି ଲୋକସଂପର୍କ ଭବନସ୍ଥିତ ସମ୍ମିଳନୀ କକ୍ଷରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୩ ଉପଲକ୍ଷେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଅମାତ ବିଗତ ବର୍ଷମାନଙ୍କରେ ଦେଖଯାଇଥିବା ଅସୁବିଧାଗୁଡ଼ିକର ସମାଧାନ ଉପରେ ବିଶେଷ ଦୃଷ୍ଟି ଦେଇ ଚଳିତ ବର୍ଷର ରଥାଯାତ୍ରାକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ କହିଲେ ଯେ ରଥଯାତ୍ରା ହେଉଛି ଓଡ଼ିଆ ଅସ୍ମିତାର ପ୍ରତୀକ। ରଥଯାତ୍ରାରେ ନିର୍ଦ୍ଦିଷ୍ଟ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ସୂଚନା ଓ ଲୋକସଂପର୍କ ବିଭାଗକୁ ସୁଯୋଗ ଦେଇଛନ୍ତି। ଏହା ବିଭାଗ ପାଇଁ ଗର୍ବ ଓ ଗୌରବର ବିଷୟ। ବିଭାଗ ଉପରେ ନ୍ୟସ୍ତ ଦାୟିତ୍ୱଗୁଡ଼ିକୁ ଗତବର୍ଷ ତୁଳନାରେ ଅଧିକ ସୁଚାରୁ ରୂପେ ସଂପାଦିତ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ।

- Advertisement -

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସଂପାଦିକା କସ୍ତୁରୀ ମହାପାତ୍ର ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ରଥଯାତ୍ରା ବିଶେଷାଙ୍କ ତଥା ଜଗନ୍ନାଥ ଜଣାଣ ଆଦି ପୁସ୍ତିକାର ପ୍ରକାଶନ ଏବଂ ଭକ୍ତମାନଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ପୁରୀଠାରେ ଏହାର ବିକ୍ରୟ ଉପରେ ମତ ରଖିଥିଲେ। ବିଭାଗୀୟ ନିର୍ଦେଶକ ସରୋଜ କୁମାର ସାମଲ ସ୍ୱାଗତ ଭାଷଣ ଦେବା ସହ ଆଲୋଚନା ନିମେନ୍ତ ବିଭିନ୍ନ ବିଷୟ ଉପସ୍ଥାପନ କରିଥିଲେ। ଆଲୋଚନାରୁ ଜଣାପଡ଼ିଛି ଯେ ଚଳିତ ବର୍ଷ ରଥଯାତ୍ରାର ସିଧା ପ୍ରସାରଣ କରାଯିବ ଓ ବିଭିନ୍ନ ବୈଦୁ୍ୟତିକ ଗଣମାଧ୍ୟମକୁ ଲାଇଭ୍‌ କମନ୍‌ ଫିଡ୍‌ ଯୋଗାଇ ଦିଆଯିବ। ଭକ୍ତମାନଙ୍କ ସୁବିଧା ନିମନ୍ତେ ପୁରୀର ୧୧ଟି ପ୍ରମୁଖ ସ୍ଥାନରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ କରାଯିବ। ବିଭାଗ ପକ୍ଷରୁ ସମସ୍ତ ସୂଚନା କେନ୍ଦ୍ରରେ ପାଲା, ଦାସକାଠିଆ, ଘୋଡ଼ାନାଚ ଇତ୍ୟାଦି ଲୋକକଳା ଏବଂ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପ୍ରତ୍ୟେକ ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିର

ମୁକ୍ତାକାଶ ରଙ୍ଗମଞ୍ଚରେ ଭଜନ ସମାରୋହ ଆୟୋଜିତ ହେବ। ମହାନ ଜଗନ୍ନାଥ ସଂସ୍କୃତି ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଉପରେ ଆଧାରିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ। ରଥଯାତ୍ରା ସଂପର୍କିତ ଖବର ସଂଗ୍ରହ ପାଇଁ ରାଜ୍ୟସ୍ତରୀୟ ସାମ୍ବାଦିକମାନଙ୍କ ପୁରୀ ଗସ୍ତ ଉପରେ ଆଲୋଚନା ହୋଇଥିଲା। ସରକାରଙ୍କ ବିଭିନ୍ନ ଲୋକକଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ନେଇ ସାମାଜିକ ଗଣମାଧ୍ୟମ, ଖବରକାଗଜ, ରେଡ଼ିଓ ଜିଙ୍ଗିଲ୍‌ ଓ ବୈଦ୍ୟିତିକ ଗଣମାଧ୍ୟମରେ ବିଜ୍ଞାପନ ପ୍ରସାରଣ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସଂପର୍କିତ ବିବରଣୀ ହୋଡିଙ୍ଗ୍‌ ମାଧ୍ୟମରେ ପ୍ରଦର୍ଶିତ ହେବ।
ଏହି ଅବସରରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡ. ପ୍ରଦୀପ କୁମାର ରାଉତ, ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories