www.samajalive.in
Monday, December 15, 2025
17.1 C
Bhubaneswar

ଏନଆଇଏର ମୃତ୍ୟୁଦଣ୍ଡ ଆବେଦନ ଉପରେ ୟାସିନକୁ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କ ନୋଟିସ

ନୂଆଦିଲ୍ଲୀ : ଜାମ୍ମୁ-କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକକୁ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ନୋଟିସ ଜାରି କରିଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ପକ୍ଷରୁ ୟାସିନକୁ ମୃତ୍ୟୁ ଦଣ୍ଡାଦେଶ ଦାବି କରି ହୋଇଥିବା ଆବେଦନର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ ଏହି ନୋଟିସ ଜାରି କରିଛନ୍ତି। ବିଚାରପତି ସିଦ୍ଧାର୍ଥ ମୃଦୁଳ ଓ ବିଚାରପତି ତଲୱନ୍ତ ସିଂହଙ୍କୁ ନେଇ ଗଠିତ ପୀଠ ଆବେଦନର ଶୁଣାଣି କରିଛନ୍ତି। ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୯ରେ ହେବାକୁ ଥିବାବେଳେ ଏହିଦିନ ୟାସିନକୁ ଅଦାଲତରେ ହାଜର କରାଇବାକୁ ପୀଠ ନିର୍ଦେଶ ଦେଇଛନ୍ତି। ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେକେଏଲଏଫ୍‌) ମୁଖ୍ୟ ୟାସିନ ଆତଙ୍କବାଦୀ ସଂଗଠନକୁ ପାଣ୍ଠି ଯୋଗାଣ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ କାଟୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories