www.samajalive.in
Monday, December 15, 2025
16.1 C
Bhubaneswar

କର୍ତ୍ତବ୍ୟ ସମୟରେ ମୃତ୍ୟୁ ଘଟିଲେ ମିଳିବ ୧୦ଲକ୍ଷ

ଭୁବନେଶ୍ବର : ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ବୁଧବାର ଅନୁମୋଦନ ଦେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ଏବେ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories