www.samajalive.in
Sunday, December 14, 2025
19.1 C
Bhubaneswar

ବାଲେଶ୍ୱର ବାହାନଗାରେ ଭୟଙ୍କର ହୃଦୟ ବିଦାରକ ରେଳ ଦୁର୍ଘଟଣା – ତିନି ଗଡା ଖାଇ ଓଲଟିଛି ରେଳବଗି!

ଭୁବନେଶ୍ୱର – ବାଲେଶ୍ୱର ବାହାନଗାରେ ଭୟଙ୍କର ରେଳ ଦୁର୍ଘଟଣା ଘଟିଛି । ବେଙ୍ଗାଲୁର-ହାଓ୍ୱଡା ଟ୍ରେନ ସହ     କରମଣ୍ଡଳ ଟ୍ରେନ ଧକ୍କା ହୋଇଥିଲା,  ଫଳରେ ୫ଟି ବଗି ସମ୍ପୂର୍ଣ୍ଣ ଓଲଟି ପଡିଥିବା ପ୍ରାଥମିକ ସୂଚନା ମିଳିଥିଲା  । ସ୍ଥାନୀୟ ଲୋକ ପ୍ରଥମେ ଅନେକ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ୧୦ ଜଣ ଆହତଙ୍କୁ ବାଲେଶ୍ୱର ମେଡିକାଲ୍‌ କଲେଜକୁ ସ୍ଥାନାନ୍ତର କରାଯାଇଛି । ଡାକ୍ତରୀ ଦଳକୁ ରାଜ୍ୟ ସରକାର ଘଟଣାସ୍ଥଳକୁ ପଠାଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ୍‌ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ, ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀ ଓ ବରିଷ୍ଠ ଅଧିକାରୀମାନେ ଘଟଣା ସ୍ଥଳ ଅଭିମୁଖେ ଗସ୍ତ କରିଥିବା ସୂଚନା ମିଳିଛି ।

- Advertisement -

ଟ୍ରେନର ବଗି ତଳେ ଅନେକ ଯାତ୍ରୀ ଏବେବି   ଚାପି ହୋଇ ରହିଥିବାବେଳେ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ ଓ ଏନଡିଆରଏଫ ଟିମକୁ ଘଟଣାସ୍ଥଳକୁ ଯିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାତିର ଅନ୍ଧାର ଯୋଗୁ ଉଦ୍ଧାର କାର୍ଯ୍ୟରେ ସମସ୍ୟା ହୋଇଥିବା ସୂଚନା ମିଳିଛି ।

ଯାତ୍ରୀମାନଙ୍କ ପାଇଁ ବାଲେଶ୍ୱରରେ କଣ୍ଟ୍ରୋଲରୁମ ନମ୍ବର ସ୍ଥାପନ କରାଯାଇଛି । ୬୭୮୨୨୬୨୨୮୬ (ମୋବାଇଲ ଫୋନ୍ ନମ୍ବର) ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ଏକ କଣ୍ଟ୍ରୋଲ୍‌ ରୁମ୍‌ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷର ନମ୍ୱର ହେଲା ୦୬୭୪- ୨୫୩୪୧୭୭। ଜରୁରୀକାଳୀନ ସୂଚନା ପାଇଁ ଏହି ନମ୍ବର ସହ ଯୋଗାଯୋଗ କରିପାରିବେ । ଯାତ୍ରୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଭଦ୍ରକରୁ ୫ଟି ଆମ୍ବୁଲାନ୍ସ ଦୁର୍ଘଟଣାସ୍ଥଳକୁ ପଠାଯାଇଛି ।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories