www.samajalive.in
Monday, December 15, 2025
17.1 C
Bhubaneswar

ଭୟଙ୍କର ! ଦୁଇ ଏକ୍ସପ୍ରେସ ମଧ୍ୟରେ ଧକ୍କା – ଶତାଧିକ ମୃତାହତ

ଭୁବନେଶ୍ୱର – ବାଲେଶ୍ୱର ବାହାନଗାରେ ଦୁଇଟି ଏକ୍ସପ୍ରେସ ମଧ୍ୟରେ ଧକ୍କା ହୋଇଥିବା ଖଡଗପୁର ଡିଆର୍‌ଏମ୍‌ ସୂଚନା ଦେଇଛନ୍ତ । କରମଣ୍ଡଳ ଏକ୍ସପ୍ରେସ ଏବଂ ବେଙ୍ଗଲୁରୁ-ହାୱଡ଼ା ଦୂରନ୍ତୋ ଏକ୍ସପ୍ରେସ ଧକ୍କା ହେବା ଫଳରେ ଅନେକ ବଗି ଓଲଟି ପଡିଛି । ଏଥିରେ ଶତାଧିକ ଯାତ୍ରୀ ମୃତାହତ ହୋଇଛନ୍ତି । ପିଟିଆଇ ସମ୍ବାଦ ସରୋବରାହ ସଂସ୍ଥା ପକ୍ଷରୁ ୫୦ରୁ ଅଧିକ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି । ଏବେ ବି ଅନେକ ଯାତ୍ରୀ ରେଳ ବଗି ତଳେ ଚାପି ହୋଇ ରହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ବିଷୟରେ ଅନୁଧ୍ୟାନ କରିଥିଲେ ।

- Advertisement -

ରାଜ୍ୟ ସରକାର ତୁରନ୍ତ ସେଠାରୁ ୫୦ଟି ଆମ୍ବୁଲାନ୍ସ ପଠାଇଥିଲେ, ପରେ ଶତାଧିକ ଆମ୍ବୁଲାନ୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଆହତ ଏତେ ଅଧିକ ଥିଲେ ଆହତମାନଙ୍କୁ ବସ୍‌ ଯୋଗେ ଡାକ୍ତରଖାନା ନିଯାଇଛି । ଓ଼ଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ୪୭ଜଣ ଆହତଙ୍କୁ ବାଲେଶ୍ୱରସ୍ଥିତ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିବାବେଳେ ୧୩୨ଜଣ ଆହତଙ୍କୁ ନିକଟସ୍ଥ ସୋର ଓ ଗୋପାଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଖଣ୍ଟାପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।
ଦୁର୍ଘଟଣାସ୍ଥଳକୁ ୩ଟି ଏନଡିଆରଏଫ ଟିମ୍ ଓ ୪ଟି ଓଡ୍ରାଫ ଟିମ୍ ପଠାଯାଇଛି . ସ୍ଥାନୀୟ ଲୋକ ତୁରନ୍ତ ଅନେକଙ୍କୁ ଉଦ୍ଧାର କରିଥିଲେ ।

ଯାତ୍ରୀମାନଙ୍କ ପାଇଁ ବାଲେଶ୍ୱରରେ କଣ୍ଟ୍ରୋଲରୁମ ନମ୍ବର ସ୍ଥାପନ କରାଯାଇଛି । ୬୭୮୨୨୬୨୨୮୬ (ମୋବାଇଲ ଫୋନ୍ ନମ୍ବର) ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ଏକ କଣ୍ଟ୍ରୋଲ୍‌ ରୁମ୍‌ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷର ନମ୍ୱର ହେଲା ୦୬୭୪- ୨୫୩୪୧୭୭। ଜରୁରୀକାଳୀନ ସୂଚନା ପାଇଁ ଏହି ନମ୍ବର ସହ ଯୋଗାଯୋଗ କରିପାରିବେ । ଯାତ୍ରୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଭଦ୍ରକରୁ ୫ଟି ଆମ୍ବୁଲାନ୍ସ ଦୁର୍ଘଟଣାସ୍ଥଳକୁ ପଠାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories