କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

ଡେସ୍କ :  କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୭୦କୁ ବୃଦ୍ଧି ପାଇଛି । ସେହିପରି ୩୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳଛି । ମୃତ୍ୟୁ ସଂଖ୍ୟା ଆହୁରି ଅଧିକ ହେବାର ଆଶଂଙ୍କା କରାଯାଉଛି।

prayash

ଆହତମାନଙ୍କୁ ବାଲେଶ୍ବର, ଭଦ୍ରକ ଓ ଯାଜପୁରଜିଲ୍ଲାର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯାଇଛି । ଗୁରୁତର ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନା ଓ ଭୁବନେଶ୍ବର ଏମ୍ସକୁ ପଠାଯାଉଛି।

Comments are closed.