www.samajalive.in
Sunday, December 14, 2025
16.1 C
Bhubaneswar

ଆଜି ଦୁର୍ଘଟଣାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ

ଡେସ୍କ : ବାଲେଶ୍ବର କରମଣ୍ଡଳ ଟ୍ରେନ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହାକୁ ଅତ୍ୟନ୍ତ ମର୍ମନ୍ତୁଦ ଘଟଣା କହି ଶନିବାର ଘଟଣାସ୍ଥଳ ପରିଦର୍ଶନ କରିବେ ବୋଲି କହିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଆହତଙ୍କ ଉତ୍ତମ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରାଯାଉଛି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ବିପର୍ଯ୍ୟୟ ପରିଚାଳନା କଣ୍ଟ୍ରୋଲ ରୁମରେ ପହଞ୍ଚି ସମସ୍ତ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଆହତଙ୍କୁ ତୁରନ୍ତ ଡାକ୍ତରଖାନା ପହଞ୍ଚାଇ ବହୁମୂଲ୍ୟ ଜୀବନ ସୁରକ୍ଷିତ କରିବା ପ୍ରାଥମିକତା ରହିଛି ବୋଲି କହିଛନ୍ତି।

- Advertisement -

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ରେଳ ଦୁର୍ଘଟଣା ନେଇ ସ୍ଥିତି ଅନୁଧ୍ୟାନ କରିଛି । ଘଟଣା ଅତି ଦୁଃଖଦାୟକ। ଆହତ ଯାତ୍ରୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ସେମାନଙ୍କ ଜୀବନ ବଞ୍ଚାଇବା ଆମର ପ୍ରଥମ ପ୍ରାଥମିକତା। ସେ (ଆଜି) ଶନିବାର  ଦୁର୍ଘଟଣାସ୍ଥଳକୁ ଯାଇ ସମ୍ପୂର୍ଣ୍ଣ ସ୍ଥିତିର ସମୀକ୍ଷା କରିବେ ବୋଲି କହିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories