www.samajalive.in
Saturday, December 13, 2025
26.1 C
Bhubaneswar

ଦୁର୍ଘଟଣା ସ୍ଥଳରେ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସକାଳେ ବାହାନଗା କରମଣ୍ଡଳ ଏକ୍ସପ୍ରେସ ରେଳ ଦୁର୍ଘଟଣା ସ୍ଥଳରେ ପହଞ୍ଚି  ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦୁର୍ଘଟଣା ସ୍ଥଳରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ସମୟରେ ଦୁର୍ଘଟଣା ସ୍ଥଳରେ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ।

ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଆହତଙ୍କୁ ଭେଟି ଚିକିତ୍ସା ବିଷୟରେ ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମେଡିକାଲରେ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories