www.samajalive.in
Sunday, December 14, 2025
17.1 C
Bhubaneswar

ଭୀଷଣ ରେଳ ଦୁର୍ଘଟଣା ; ଚେନ୍ନାଇରେ ଦିନିକିଆ ଶୋକ ଦିବସ ଘୋଷଣା

ଚେନ୍ନାଇ: ବାଲେଶ୍ୱର ବାହାନଗା ଭୀଷଣ ରେଳ ଦୁର୍ଘଟଣା ପରେ ତାମିଲନାଡ଼ୁରେ ଦିନିକିଆ ଶୋକ ଦିବସ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍ ଘୋଷଣା କରିଛନ୍ତି । ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପକ୍ଷରେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଭାସୀ ବୈଠକ (ଭିଡିଓ କନଫରେନ୍ସିଂ) ଜରିଆରେ ଦୁର୍ଘଟଣା ବିଷୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ସହିତ କଥା ହୋଇଛନ୍ତି । ଶୁକ୍ରବାର ଘଟିଥିବା ଏହି ଦୁର୍ଘଟଣାକୁ ଚଳିତ ଦଶକର ସବୁଠାରୁ ବଡ଼ ଦୁର୍ଘଟଣା ବୋଲି କୁହାଯାଉଛି । ଆହତଙ୍କୁ ରାଜ୍ୟର ବିଭିନ୍ନ ଡାକ୍ତରଖାନା (ହସ୍ପିଟାଲ)ରେ ଚିକିତ୍ସା କରାଯାଉଛି। ଅନ୍ୟପକ୍ଷରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଅଭିଯାନର ତଦାରଖ କରିଛନ୍ତି । ଘଟଣାସ୍ଥଳରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ କଥା ହୋଇ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories