www.samajalive.in
Monday, December 15, 2025
27.1 C
Bhubaneswar

ରେଳ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସକାଳୁ ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ଗୁରୁତର ଓ ଆହତ ହୋଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଯାତ୍ରୀ ମାନଙ୍କୁ ଭେଟିଛନ୍ତି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ ମଧ୍ୟ ତାଙ୍କ ସହ ଉପସ୍ଥିତ  ଥିଲେ । ଆହତ ମାନଙ୍କ ସହ ଆଲୋଚନା କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ।
ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ପାଖରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହି ଦୁର୍ଭାଗ୍ୟଜନକ ରେଳ ଘଟଣାକୁ ସ୍ୱାଭାବିକ କରିବା ପାଇଁ ଆମ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଭାରତ ସରକାରଙ୍କ ଏନଡିଆରଏଫ, ବାୟୁସେନା, ସେନା ବାହିନୀ, ରେଳ ବିଭାଗର ଅଧିକାରୀ ଏବଂ ସହଯୋଗ କରିଥିବା ସ୍ଥାନୀୟ ଜନସାଧାରଣ ଏବଂ ରାଜ୍ୟର ପ୍ରଶାସନିକ ଅଧିକାରୀ ମାନଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ଆହତଙ୍କୁ ରକ୍ତଦାନ କରିବା ପାଇଁ ଆଗେଇ ଆସିଥିବା ବାଲେଶ୍ୱରର ସମାଜସେବୀ ଓ ଯୁବ ବନ୍ଧୁମାନଙ୍କୁ ସେ ସାଧୁବାଦ ଜଣାଇଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories