ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। ଶ୍ରୀମନ୍ଦିର ଭିତରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଶ୍ରଦ୍ଧାଳୁଜଣକ ସ୍ନାନମଣ୍ଡପ ନିକଟରେ ପଡ଼ିଯାଇଥିଲେ। ଏହାପରେ ପ୍ରଥମେ ତାଙ୍କୁ ସିଂହଦ୍ଵାର ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକ ରାଜସ୍ଥାନର ଅମ୍ବାଲାଲ ଭୋଇ ବୋଲି ସୂଚନା ମିଳିଛି।
Popular Categories



