www.samajalive.in
Saturday, December 13, 2025
18.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା : ମୃତାହତଙ୍କ ପାଇଁ ସହାୟତା ଓ ନିଶୁଳ୍କ ବସ୍‌‌ ସେବା

ଡେସ୍କ : ବାଲେଶ୍ୱରର ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣା କାରଣରୁ କଲକାତାକୁ ରେଳ ସେବା ବ୍ୟାହତ ହୋଇଛି। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଲକାତା ପାଇଁ ନିଶୁଳ୍କ ବସ୍‌‌ ସେବା ସମ୍ପର୍କରେ ଘୋଷଣା କରିଛନ୍ତି । ରବିବାରଠାରୁ ପୁରୀ, କଟକ ଓ ଭୁବନେଶ୍ୱରରୁ ଏହି ବସ୍‌‌ କୋଲକାତା ଯାଏ ଚାଲିବ। ଏହାର ସମସ୍ତ ଖର୍ଚ୍ଚକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା କରାଯିବ। ବାଲେଶ୍ୱର ମାର୍ଗରେ ଟ୍ରେନ ଚଳାଚଳା ସ୍ୱାଭବିକ ହେବା ପର୍ଯ୍ୟନ୍ତ ଏହି ସେବା ଜାରି ରହିବ ବୋଲି ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାହାନଗା ରେଳ ଦୁର୍ଘଟଣାର ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଓ ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଶ୍ରୀ ପଟ୍ଟନାୟକ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories