www.samajalive.in
Saturday, December 13, 2025
26.1 C
Bhubaneswar

ମୃତାହତଙ୍କ ପାଇଁ ବିଏମସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା

ଡେସ୍କ : ରେଳ ଦୁର୍ଘଟଣାରେ ମୃତାହତ ବ୍ୟକ୍ତିମାନଙ୍କ ସମ୍ପର୍କରେ ସୂଚନା ଦେବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି ହୋଇଛି । ସମ୍ପର୍କୀୟ ମାନେ ୧୯୨୯ ନମ୍ବରକୁ କଲ କରି ମୃତାହତଙ୍କ ବିଷୟରେ ଜାଣି ପାରିବେ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି ।


ସେ କହିଛନ୍ତି, ବିଏମସି ୱେବସାଇଟ୍‌‌ରେ ମଧ୍ୟ ମୃତକଙ୍କ ଫଟୋ ଏବଂ ସମ୍ପୂର୍ଣ୍ଣ ବିବରଣୀ ଅପଲୋଡ୍‌‌ କରାଯିବ। ବିଏମ୍‌‌ସି ମୁଖ୍ୟ କାର୍ଯ୍ୟାଳୟରେ ହେଲ୍ପ ଡେସ୍କ ଖୋଲାଯାଇଥିବାବେଳେ ସେଠାରୁ ମଧ୍ୟ ସମ୍ପର୍କୀୟମାନେ ମୃତକଙ୍କ ବିଷୟରେ ସୂଚନା ପାଇ ପାରିବେ । ଏହା ସହ ସମ୍ପର୍କୀୟ ଚାହିଁଲେ ଭୁବନେଶ୍ୱରଠାରେ ମୃତ ଦେହ ଅନ୍ତିମ ସଂସ୍କାର କରିବା ବ୍ୟବସ୍ଥା କରାଯିବ । ଆବଶ୍ୟକ ପଡ଼ିଲେ ମୃତଦେହ ନିଜ ଅଞ୍ଚଳକୁ ନେବା ପାଇଁ ମଧ୍ୟ ସହାୟତା ଯୋଗାଇ ଦିଆଯିବ । ଏମ୍ସ ସମେତ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ୧୭୦ଟି ମୃତ ଦେହ ସଂରକ୍ଷିତ କରି ରଖାଯାଇଥିବା ଶ୍ରୀ କୁଲାଙ୍ଗେ ଜଣାଇଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories