www.samajalive.in
Sunday, December 7, 2025
26.1 C
Bhubaneswar

ଅଣସର ଘରେ ବିଜେ ଶ୍ରୀପତିତପାବନ ଦେବ

ପିପିଲି :ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ସ୍ନାନଯାତ୍ରା ସମାରୋହରେ ସଂପନ୍ନ ହୋଇଥିବା ବେଳେ ଠାକୁରଙ୍କୁ ଅଣସର ଘରେ ବିଜେ କରାଯାଇଛି । ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ରବିବାର ସକାଳୁ ଠାକୁରଙ୍କର କେତେକ ସ୍ୱତନ୍ତ୍ର ନିତୀ କରାଯାଇଥିଲା । ପରେ ପୂର୍ବାହ୍ନ ୯ଟାରେ ଠାକୁରଙ୍କୁ ପହଣ୍ଡିରେ ଅଣାଯାଇ ସ୍ନାନମଣ୍ଡପରେ ବିଜେ କରାଯିବା ପରେ ସୁବାସିତ ଜଳରେ ସ୍ନାନ କରାଯାଇଥିଲା । ଠାକୁରଙ୍କ ନିକଟରେ ବାଳଭୋଗ ଓ ମଧ୍ୟାହ୍ନରେ ଅନ୍ନଧୂପ କରାଯିବା ପରେ ଅପରାହ୍ନ ୫ଟାରେ ଠାକୁର ଭକ୍ତ ମାନଙ୍କୁ ଗଜାନନ ବେଶରେ ଦର୍ଶନ ଦେଇଥିଲେ । ସନ୍ଧ୍ୟା ସାଢେ ୬ଟାରେ ସନ୍ଧ୍ୟାଆଳତି କରାଯାଇଥିବା ବେଳେ ଠାକୁରଙ୍କୁ ଦର୍ଶନ କରିବାକୁ ମନ୍ଦିର ପରିସରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା । ପରେ ରାତି ୯ଟାରେ ଠାକୁରଙ୍କର କେତେକ ସ୍ୱତନ୍ତ୍ର ନିତୀ କରାଯିବା ପରେ ଅଣସର ଘରକୁ ନିଆଯାଇଥିଲା । ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡା, ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର, ଚନ୍ଦନ ମହାପାତ୍ର ପ୍ରମୁଖ ଠାକୁରଙ୍କର ସମସ୍ତ ନିତୀକୁ ତୁଲାଇଥିବା ବେଳେ ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ସଭାପତି ବବୁଲ ମହାପାତ୍ର, ଉପସଭାପତି ଦେବବ୍ରତ ମହାପାତ୍ର, ସଂପାଦକ ଦେବାଶିଷ ମହାପାତ୍ର, ସହସଂପାଦକ ବଳଭଦ୍ର ମହାପାତ୍ର, ସନ୍ତୋଷ ମହାପାତ୍ର, କୋଷାଧ୍ୟକ୍ଷ ରାକେଶ ମହାପାତ୍ର, ସୋମନାଥ ମହାପାତ୍ର, ଅନୀଲ ମହାରଣା, ଟିକ ମହାପାତ୍ର, ରଥଯାତ୍ରା ପରିଚାଳନା କମିଟିର ସଭାପତି ରମେଶ ଚନ୍ଦ୍ର ଶତପଥୀ, ସଂପାଦକ ପ୍ରଭାତ କୁମାର ମହାପାତ୍ର, ନନ୍ଦ କିଶୋର ମହାପାତ୍ର, ସୁରେନ୍ଦ୍ର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ମନୋଜ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ଅବସରରେ ମନ୍ଦିରରେ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories