www.samajalive.in
Sunday, December 14, 2025
19.1 C
Bhubaneswar

ବିଳମ୍ବ ହେବ ମୌସୁମୀ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏପର୍ଯ୍ୟନ୍ତ କେରଳରେ ପହଞ୍ଚି ନ ଥିବାବେଳେ ଏହାକୁ ଅଧିକ ବିଳମ୍ବିତ କରିପାରେ ଆରବ ସାଗରରେ ଦାନା ବାନ୍ଧୁଥିବା ଲଘୁଚାପ। ଘୂର୍ଣ୍ଣିବଳୟ ପ୍ରଭାବରେ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ସମ୍ଭାବ୍ୟ ଲଘୁଚାପ ଉତ୍ତର ଦିଗରେ ଗତି କରିବା ସହ ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ପୂର୍ବ ଆରବ ସାଗର ଉପରେ ଏକ ଅବପାତରେ ପରିଣତ ହୋଇପାରେ। ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି, ପରବର୍ତ୍ତୀ ତୀବ୍ରତା କ’ଣ ରହିବ ତାହା ଉପରେ ପାଣିପାଗ ବିଭାଗ ପକ୍ଷରୁ ନଜର ରଖାଯାଇଛି। ସମ୍ଭାବ୍ୟ ଲଘୁଚାପ ଉତ୍ତର ଆଡକୁ ଗତି କରିବାର ସମ୍ଭାବନା ରହିଛି। ଫଳରେ କେରଳରେ ମୌସୁମୀ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ କହୁଛନ୍ତି। ଭାରତୀୟ ପାଣିପାଗ ବିଭାଗ ଏହି ସମସ୍ତ ବୈଶିଷ୍ଟ୍ୟଗୁଡ଼ିକ ଉପରେ ନଜର ରଖିଛି। ଉଭୟ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବଂ ସମ୍ଭାବ୍ୟ ଲଘୁଚାପ ଉପରେ ନଜର ରଖାଯାଇଛି।
ସୋମବାର ପଶ୍ଚିମାଞ୍ଚଳରେ ସର୍ବାଧିକ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ତଥାପି କିଛି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ଆଜି ଭୁବନେଶ୍ବର ସମେତ ୧୩ ସହରରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି। ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୨.୬ ଡିଗ୍ରୀ ରେକର୍ଡ ହୋଇଥିବାରୁ ରାଜ୍ୟ ସବୁଠୁ ଅଧିକ ଉତ୍ତପ୍ତ ହୋଇ ପଡିଛି। ହୀରାକୁଦ ୪୧.୬, ସୁବର୍ଣ୍ଣପୁର ୪୧.୪, ରାଉରକେଲା, ଟିଟିଲାଗଡ଼ ଏବଂ ବାରିପଦାରେ ୪୧ ଡିଗ୍ରୀ ରହିଛି। ଭୁବନେଶ୍ବର ୪୦.୧, ଝାରସୁଗୁଡ଼ା ୪୦.୬, ସୁନ୍ଦରଗଡ଼ ୪୦.୫, ଭବାନୀପାଟଣା ଓ ଫୁଲବାଣୀରେ ୪୦ ଏବଂ ବରଗଡ଼ରେ ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ,ଆସନ୍ତା ୩ରୁ ୫ଦିନ ମଧ୍ୟରେ କିଛି ଅଞ୍ଚଳରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରର କିଛି ଅଞ୍ଚଳରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ କିମିରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ ଏବଂ କନ୍ଧମାଳର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories