www.samajalive.in
Sunday, December 14, 2025
23.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା: ଚିହ୍ନଟ ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି।

ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡ଼ିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories