www.samajalive.in
Friday, December 12, 2025
14.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଆଜବେଷ୍ଟସ୍ ବୋଝେଇ ଟ୍ରକ, ୨ ଗୁରୁତର

ଜି.ଉଦୟଗିରି: ସ୍ଥାନୀୟ ବ୍ଲକ ଅନ୍ତର୍ଗତ ପଣସବାଙ୍କୀ ବୁଲାଣିରେ ମଙ୍ଗଳବାର ଏକ ଆଜବେଷ୍ଟସ୍ ବୋଝେଇ ଟ୍ରକ ଓଲଟି ପଡିଛି। ଫଳରେ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି।

ବିବରଣୀରୁ ପ୍ରକାଶ ଯେ, କେନ୍ଦୁଝରରୁ ଏକ ୧୪ଚକିଆ ଟ୍ରକ ନଂ ଓଡି ୦୭ ଏକେ ୦୬୩୭ ଆଜବେଷ୍ଟସ୍ ଧରି ସାରଙ୍ଗଗଡ଼ ଅଭିମୁଖେ ଯାଉଥିବା ବେଳେ ଜି.ଉଦୟଗିରି ବ୍ଳକ ଅନ୍ତର୍ଗତ ପଦାସାହୀ ଦୁଗୁଡି ନିକଟସ୍ଥ ପଣସବାଙ୍କୀ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଟ୍ରକ ଚାଳକ ସଦାନନ୍ଦ ପ୍ରଧାନ(୪୫) ଓ ହେଲପର ଶାନ୍ତନୁ ନାୟକ(୧୯) ଗୁରୁତର ଆହତ ହୋଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହୀନୀ, ଆମ୍ବୁଲାନ୍ସ ପହଞ୍ଚି ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଜି.ଉଦୟଗିରି ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories