www.samajalive.in
Sunday, December 14, 2025
16.1 C
Bhubaneswar

ପଖନମୁଣ୍ଡା ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ଓଡ଼ିଶା ସରକାରଙ୍କଠାରୁ ପ୍ରକୃତି ମିତ୍ର ପୁରସ୍କାର ୨୦୨୩ ପାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ଜୁନମାସ ୫ତାରିଖ ବିଶ୍ବ ପରିବଶ ଦିବସ ଅବସରରେ ଲୋକସେବା କନଭେନସନ ହଲ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥି ପ୍ରଦୀପ କୁମାର ଅମାତ, ମନ୍ତ୍ରୀ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ କରକମଳରୁ ବିରଞ୍ଚି ନାରାୟଣ ଦାଶ ପ୍ରମାଣପତ୍ର ଓ ୨୦ ହଜାର ଟଙ୍କାର ଚେକ୍ ଗ୍ରହଣ କରିଛନ୍ତି।

ପ୍ରକାଶ ଥାଉ କି, ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ବିଦ୍ୟାଳୟରେ ବର୍ଷ ତମାମ ବିଭିନ୍ନ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ସହିତ ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟାମାନଙ୍କୁ ନେଇ ବୃକ୍ଷ ରୋପଣ, ବନାଗ୍ନି ରୋକିବା, ରକ୍ତଦାନ, ନିଶାଦ୍ରବ୍ୟ ସେବନ ନ କରିବା, ପ୍ଳାଷ୍ଟିକ ବ୍ୟବହାର ନକରିବା, ବାଲ୍ୟବିବାହ ନକରିବା, ଜୈବିକ ସାର ପ୍ରୟୋଗ କରିବା ଉପରେ ଅନେକ କାମ କରିଛନ୍ତି। ଏହା ପୂର୍ବରୁ ଶ୍ରୀ ଦାଶ ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଥିବା ସମୟରେ ମଧ୍ୟ ତାଙ୍କର ଏତାଦୃଶ କାର୍ଯ୍ୟକୁ ଦେଖି ୨୦୧୯ ମସିହାରେ ସରକାରଙ୍କଠାରୁ ମାଝୀପଡା ବିଦ୍ୟାଳୟକୁ ପ୍ରକୃତି ମିତ୍ର ପ୍ରଦାନ କରାଯାଇଥିଲା। ଚଳିତ ବର୍ଷ ପଖନମୁଣ୍ଡା ବିଦ୍ୟାଳୟ ପାଇଥିବାରୁ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପରିଚାଳନା କମିଟିର ସଭ୍ୟ ସଭ୍ୟା, ଅଭିଭାବକ ତଥା ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଆଗାମୀ ଜୁଲାଇ ପ୍ରଥମ ସପ୍ତାହରେ ବନମହୋତ୍ସବ ପାଳନ ଅବସରରେ ସମସ୍ତ ବିଦ୍ୟାଳୟରେ ବୃକ୍ଷରୋପଣ କରିବାକୁ ଶ୍ରୀ ଦାଶ ଅନୁରୋଧ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories