www.samajalive.in
Saturday, December 13, 2025
26.1 C
Bhubaneswar

୪୩ ଡିଗ୍ରୀ ଟପିଲା ୩ ସହର ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇଛି। ଆଜି ରାଜ୍ୟର ୩ ସହର ପାରଦ ୪୩ ଡିଗ୍ରୀ ଅତିକ୍ରମ କରିଛି। ୪୩.୮ ଡିଗ୍ରୀ ସହ ଝାରସୁଗୁଡ଼ା ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ସେହିପରି ସମ୍ବଲପୁର ତାପମାତ୍ରା ୪୩.୬ ଡିଗ୍ରୀ ଓ ହୀରାକୁଦ ତାପମାତ୍ରା ୪୩.୩ ରହିଥିବା ଜଣାପଡ଼ିଛି। ଅପରପକ୍ଷରେ ରାଉରକେଲା ୪୨.୪, ବରଗଡ଼ ୪୨.୧, ବାରିପଦା ୪୨, ଭୁବନେଶ୍ବର ୪୧.୯, ସୋନପୁର ୪୮.୮, ବଲାଙ୍ଗିର ୪୧.୭, ସୁନ୍ଦରଗଡ଼ ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ଼, ବୌଦ୍ଧ ଏବଂ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories