www.samajalive.in
Sunday, December 14, 2025
17.1 C
Bhubaneswar

ଶୁକ୍ରବାର ରାଶିଫଳ (୦୯.୦୬.୨୦୨୩)

ମେଷ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ବୃଷ : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ରହିବ।

ମିଥୁନ : ଭାଗ୍ୟଶାଳୀ ହେବେ। ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ। ଉଦ୍ୟୋଗୀ ହେବେ।

କର୍କଟ : ପରିସ୍ଥିତିର ଚାପରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାରାଦିନ ସତର୍କରେ ଚଳିବେ।

ସିଂହ : ବନ୍ଧୁମିଳନରେ ଉପକୃତ ହେବେ। ଜଣେ ସମାଜସେବୀ ଭାବେ ଆପଣଙ୍କୁ ଆଦର ଅଭ୍ୟର୍ଥନା ମିଳିବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। କୁଳ ପ୍ରଦୀପ ହେବେ।

କନ୍ୟା : ପରିସ୍ଥିତିରେ ପଡ଼ି ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। କୋଷ୍ଠକାଠିନ୍ୟଜନିତ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ହେବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଚତୁର ହେବେ।

ବିଛା : ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିବ।

ଧନୁ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ଶାଶ୍ବତ ସୁଖ ମିଳିବ।

ମକର : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷାୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବା ଆଶା କରାଯାଏ।

ମୀନ : ଏକାନ୍ତରେ ମୌନ ରହି ତପ ସାଧନାରେ ମଗ୍ନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରିପାରନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories