www.samajalive.in
Sunday, December 14, 2025
26.1 C
Bhubaneswar

ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ

ଭୁବନେଶ୍ୱର: ବାଲେଶ୍ୱର ଜିଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟ ପ୍ରଦାନ କରିବାକୁ ବ୍ରହ୍ମପୁର ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ପକ୍ଷରୁ ନିବେଦନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ବ୍ରହ୍ମପୁର ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ରଞ୍ଜନ କୁମାର ସ୍ୱାଇଁ, ବେସିକ୍ ସାଇନ୍ସ ବିଭାଗୀୟ ମୁଖ୍ୟ ଡ. ଚିତ୍ତରଞ୍ଜନ ମଲ୍ଲିକ, ସିଭିଲ ଇଞ୍ଜିନିୟରିଂ ବିଭାଗ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସାକ୍ଷାତ କରି ଏହି ସହାୟତା ରାଶି ଚେକ୍ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି।

ଏହି ସମୟରେ ରାଜ୍ୟ ବିଣିଜ୍ୟ ଓ ପରିବହନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ ଉପସ୍ଥିତ ଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories