www.samajalive.in
Sunday, December 14, 2025
26.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ, ଉଚ୍ଚଶିକ୍ଷା ମନ୍ତ୍ରୀ ପରେ ହଟିଲେ ସଚିବ

ଭୁବନେଶ୍ବର:ଆଜି ରାଜ୍ୟ ସରକାର ଆଜି ଭାରତୀୟ ପ୍ରସାଶନିକ ସେବା ତଥା ଆଇଏଏସ ଅଫିସରସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ଭାବେ ଅରବିନ୍ଦ ଅଗ୍ରୱାଲଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଓଏସଡି ଭାବେ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଥିବାବେଳେ ଅର୍ଥ ସଚିବ ବିଶାଲ ଦେବଙ୍କୁ ଓଡ଼ିଶା ହାଇଡ୍ରୋ ପାୱାର କର୍ପୋରେସନ ଲିମିଟେଡର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବା ନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଛନ୍ତି।

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବା ପରେ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବଙ୍କୁ ବଦଳି କରାଯାଇଛି। ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଓଏସଡି ଭାବେ ବିଷ୍ଣୁପଦ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି। କିଛି ସମୟ ତଳେ ଉଚ୍ଚ ଶିକ୍ଷା ମନ୍ତ୍ରୀ ପଦରୁ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦିଆଯାଇଛି।

- Advertisement -

ଅପରପକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ଭାବେ ଅରବିନ୍ଦ ଅଗ୍ରୱାଲଙ୍କୁ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନ ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦେଶକ ଅଛନ୍ତି ଅରବିନ୍ଦ ଅଗ୍ରୱାଲ। ସେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦେଶକ ଏବଂ ମହିଳା ବିକାଶ ସମବାୟ ନିଗମ ପରିଚାଳନା ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଉଛନ୍ତି।
ସେହିପରି ଅର୍ଥ ସଚିବ ବିଶାଲ ଦେବଙ୍କୁ ଓଡ଼ିଶା ହାଇଡ୍ରୋ ପାୱାର କର୍ପୋରେସନ ଲିମିଟେଡର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବା ନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories