www.samajalive.in
Saturday, December 6, 2025
15.1 C
Bhubaneswar

ବିଦ୍ୟୁତ୍‌ ଆଘାତରେ ମାଆ ପୁଅ ମୃତ

ଖଇରା : ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ନାହୁଲ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଦାସଙ୍କ ସ୍ତ୍ରୀ ତିଳୋତ୍ତମା ଦାସ (୪୮) ଓ ପୁଅ ରାମଚନ୍ଦ୍ର ଦାସ (୨୮) ଆଜି ସକାଳେ ବିଦ୍ୟୁତ୍‌ ଆଘାତରେ ପ୍ରାଣ ହରାଇଛନ୍ତି। ସୂଚନାଯୋଗ୍ୟ ମା ତିଳୋତ୍ତମା ଓ ପୁଅ ରାମଚନ୍ଦ୍ର ସେମାନଙ୍କ ବାଡ଼ିକୁ ଯାଉଥିଲେ। ଘର ବନାଇବା ଲାଗି ପଡ଼ିଥିବା ରଡ଼ ଉପରେ ବିଦ୍ୟୁତ୍‌ ତାର ଛିଡ଼ି ପଡ଼ିଥିଲା। ଉଭୟ ମା’ ଓ ପୁଅ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ତାଙ୍କ ସାନ ଝିଅ ଖବର ପାଇ ଖଇରାରେ ଥିବା ପୂର୍ଣ୍ଣଚନ୍ଦ୍ରଙ୍କୁ ଖବର ଦେଇଥିଲେ। ପୂର୍ଣ୍ଣଚନ୍ଦ୍ର ପହଞ୍ଚି ତୁରନ୍ତ ମା ଓ ପୁଅ ଉଭୟଙ୍କୁ ଖଇରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। କିନ୍ତୁ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories