www.samajalive.in
Tuesday, December 9, 2025
16.1 C
Bhubaneswar

ସାମୁଦ୍ରିକ ଝଡ଼ର ରୂପ ନେଉଛି ଅବପାତ ; ଓଡ଼ିଶା ଉପରେ ବିପଦ ନାହିଁ

ଭୁବନେଶ୍ୱର  : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ଅବପାତ ରୂପ ନେବା ସହିତ ଏବେ ପଶ୍ଚିମ ଉତ୍ତର ପଶ୍ଚିମରେ ଘଣ୍ଟାକୁ ୨୦କିମି ବେଗରେ ଗତି କରୁଛି। ଆଜି ଅପରାହ୍ନ ସୁଦ୍ଧା ପୋର୍ଟ ବ୍ଲେୟାରଠାରୁ ପଶ୍ଚିମ ଉତ୍ତର ପଶ୍ଚିମରେ ପ୍ରାୟ ୧୪୦କିମି ଏବଂ ଚେନ୍ନଇଠାରୁ ୧୨୨୦କିମି ଦୂର ପୂର୍ବ ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିଲା। ଆସନ୍ତ ୧୨ଘଣ୍ଟା ମଧ୍ୟରେ ଏହା ତୀବ୍ର ଅବପାତ ଏବଂ ପରବର୍ତ୍ତୀ ୨୪ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବାତ୍ୟାରେ ପରିଣତ ହେବା ପରେ ଏହା ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମରେ ଗତି କରିବ। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଏହା ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅଭିମୁଖେ ଗତି କରିବାର ସମ୍ଭାବନା ରହିଛି।
ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ସ୍ୱତନ୍ତ୍ର ବୁଲେଟିନରେ ସ୍ପଷ୍ଟ କରାଯାଇଛି। ହେଲେ ପ୍ରବଳ ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳରେ ମଧ୍ୟ ସମୁଦ୍ର ଅଶାନ୍ତ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାର
ପ୍ରଭାବରେ ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୪୫ରୁ ୫୫ ଏବଂ ସ୍ଥଳ ବିଶେଷରେ ଘଣ୍ଟା ପ୍ରତି ୬୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏସବୁ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନେ ଏ ସମୟରେ ସମୁଦ୍ରକୁ ନଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ୧୨ତାରିଖ ସନ୍ଧ୍ୟା ପୂର୍ବରୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।
ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ଏବଂ ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖରେ ପବନର ବେଗ ଅଧିକ ରହିବାର ଆକଳନ କରାଯାଇଛି। ଓଡ଼ିଶାର ସମସ୍ତ ବନ୍ଦରରେ ଏକ ନମ୍ବର ବିପଦସଙ୍କେତ ଜାରି କରାଯାଇଛି।
ଝଡ଼ର ରୂପ ନେବା ପରେ ପବନର ବେଗ ୯୦ରୁ ୧୦୦ ଏବଂ ସ୍ଥଳ ବିଶେଷରେ ୧୧୦ କିମିକୁ ବୃଦ୍ଧି ପାଇପାରେ ବୋଲି ଆକଳନ କରାଯାଇଛି। ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି କୁହାଯାଉଥିଲେ ହେଁ ଏହି ସମୟରେ ଆକାଶ ମେଘୁଆ ରହିବା ସହିତ ଉପକୂଳ ଓଡ଼ିଶାରେ ନଭେମ୍ବର ୧୨ରୁ ୧୫ ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories