www.samajalive.in
Monday, December 8, 2025
24.1 C
Bhubaneswar

ସହକାରୀ ଯନ୍ତ୍ରୀ ଓ ବ୍ୟାଙ୍କ ସହାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଶ୍ରୀ ଭୂୟାଁଙ୍କର ଭୁବନେଶ୍ୱରର ସୌଭାଗ୍ୟ ନଗରସ୍ଥିତ ଘର ସମେତ ମୋଟ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୂଚନା ଅନୁସାରେ, କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଲେହେଙ୍ଗା ଗ୍ରାମସ୍ଥିତ ତାଙ୍କ ପୈତୃକ ଘର, ଭୁବନେଶ୍ୱର ଚକେଇସିଆଣିସ୍ଥିତ ତାଙ୍କର ଜଣେ ସଂପର୍କୀୟଙ୍କ ଘର ସହିତ କଟକ ସଦର ବ୍ଲକ୍ ସ୍ଥିତ ତାଙ୍କ କାର୍ଯ୍ୟାଳୟରେ ରୁମ୍‌ରେ ଭିଜିଲାନ୍ସ ତନାଘନା କରୁଛି। ଏହି ଚଢ଼ାଉରେ ଭିଜିଲାନ୍ସର ୩ ଜଣ ଡିଏସ୍‌ପି, ୪ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ୍‌ ଅଛନ୍ତି । ସେହିପରି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ନୂଆପଡ଼ା ଜିଲା କୋମନା ଶାଖାରେ କାର୍ଯ୍ୟରତ ବ୍ୟାଙ୍କ ସହାୟକ ପ୍ରଦୀପ କୁମାର ଚନ୍ଦ୍ରକରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories