www.samajalive.in
Monday, December 8, 2025
27.1 C
Bhubaneswar

ବାନ୍ଧବୀଙ୍କ ପାଇଁ ୨ଟି ବାରରେ ଗଣ୍ଡଗୋଳ, ୧୦ ଗିରଫ

ଭୁବନେଶ୍ବର: ବାନ୍ଧବୀଙ୍କ ପାଇଁ ୨ଟି ବାରରେ ଗଣ୍ଡଗୋଳ ଘଟି ୧୦ଜଣଙ୍କୁ ଗିରଫ କରାଯାଇଛି। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ୨ଟି ବାରରେ ଏହି ଗଣ୍ଡଗୋଳ ଘଟିଛି। ଏକ ବାରକୁ ଯାଇଥିବା ଜଣେ ଯୁବତୀକୁ ବାର କର୍ମଚାରୀ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଯୁବତୀ ଜଣକ ତାଙ୍କର ପୁରୁଷ ବନ୍ଧୁଙ୍କୁ ଜଣାଇଥିଲେ। ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଖବର ପାଇ ନିଜର ସାଥୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚିଥିଲା ପୁରୁଷବନ୍ଧୁ। ଯୁବତୀଙ୍କ ପୁରୁଷ ବନ୍ଧୁ ଓ ତାଙ୍କ ସାଥୀଙ୍କୁ ଦେଖି ଦୁର୍ବ୍ୟବହାର କରିଥିବା ବାର କର୍ମଚାରୀ ଅନ୍ୟଏକ ବାରକୁ ପଶି ଯାଇଥିଲେ। ସେଠାରେ ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ପରିସ୍ଥିତିକୁ ନିୟନ୍ତ୍ରଣାଧୀନ ରଖିଥିଲା। ଏହାପରେ ୨ଟି ବାରରେ ଗଣ୍ଡଗୋଳ କରିବା ଅଭିଯୋଗରେ ପୁଲିସ ୧୦ଜଣଙ୍କୁ ଗିରଫ କରିଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories