www.samajalive.in
Tuesday, December 9, 2025
19.1 C
Bhubaneswar

ମା’ ପରି ପିଲାମାନଙ୍କ ଖାଇବା ଦାୟିତ୍ୱ ସ୍କୁଲରେ ନେଉଛନ୍ତି ପାଚିକା ଓ ସହାୟିକା, ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ଆର୍ଥିକ ସହାୟତା ଭାବେ ୧୧୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ସାଢି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି। ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ। ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି। ୫୦ ହଜାର ରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି। ଆପଣମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି। ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୪୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏ ଦାୟିତ୍ୱ ମଧ୍ୟ ଆପଣମାନେ ଭଲ ଭାବରେ ପାଳନ କରୁଛନ୍ତି । ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢି ଚାଲିଛି ବୋଲି ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଜରିଆରେ ମା ମାନଙ୍କ ସଶକ୍ତିକରଣ ପାଇଁ ଉଦ୍ୟମ ଜାରି ରହିବ।

- Advertisement -

ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ୱଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି ବୋଲି ପ୍ରକାଶ କରି ସେମାନେ ମଧ୍ୟାହ୍ନ ଭୋଜନରେ ସ୍ୱଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଅଭିଭାଷଣ ଦେଇ ରାଜ୍ୟରେ ଚାଲିଥିବା ମଧ୍ୟାନ୍ନ ଭୋଜନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ବିଦ୍ୟାଳୟ ଗୁଡିକରେ ଉପସ୍ଥାପନ ଓ ପୃଷ୍ଟିହୀନତା ଦୂର କରିବାରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ୱଥି. ଏସ୍. ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମର ନୋଡାଲ ଅଫିସର ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ୫୦,୮୬୨ଟି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି। ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି। ପୂର୍ବରୁ ୨୦୧୭-୧୮ ମସିହାରେ ସେମାନଙ୍କ ପାଇଁ ଶାଢ଼ି ଭତ୍ତା ବାବଦରେ ଜଣ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଥିଲା।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories