www.samajalive.in
Monday, December 8, 2025
24.1 C
Bhubaneswar

ମଝିରୁ ଅଲଗା ହୋଇଗଲା ମାଲବାହୀ ଟ୍ରେନ୍‌

କେସିଙ୍ଗା : ମଝିରୁ ଅଲଗା ହୋଇଗଲା ମାଲବାହୀ ଟ୍ରେନ୍‌ । କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେସନରେ ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁଁ ଏକ ବଡ଼ ଦୁର୍ଘଟଣାକୁ ରୋକା ଯାଇପାରିଛି। ଏଥିରେ କିଛି କ୍ଷତି ହୋଇ ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅନୁସାରେ, ଦାମନଯୋଡିରୁ ଆଲୁମିନା ବୋଝେଇ ଏକ ମାଲବାହୀ ଟ୍ରେନ୍‌ ଆଜି ସକାଳେ ଅନୁଗୁଳ ଅଭିମୁଖେ ଯାଉଥିଲା। ଟ୍ରେନ୍‌ଟି କେସିଙ୍ଗା ଷ୍ଟେସନରେ କିଛି ସମୟ ପାଇଁ ଅଟକିବା ପରେ ଗନ୍ତବ୍ୟ ସ୍ଥଳ ଅଭିମୁଖେ ବାହାରିଥିଲା। ମାତ୍ର ଟ୍ରେନ୍‌ଟି ଛାଡ଼ିବାବେଳକୁ ମଝିରୁ ଆଲୁମିନା ୱାଗନ ଛିଣ୍ଡି ଅଲଗା ହୋଇଯାଇଥିଲା। ଟ୍ରେନ୍‌ର ୨ଟି ବଗି ପ୍ରାୟ ୩୦ ମିଟର ଅଲଗା ହେଲା ପରେ ଏହା ଦେଖି ଟ୍ରେନ୍‌କୁ ରୋକିଲେ ଲୋକୋ ପାଇଲଟ । ଘଟଣାସ୍ଥଳରେ ଏକ ଟିମ୍‌ ପହଞ୍ଚି ଘଟଣାର ଯାଞ୍ଚ କରୁଛନ୍ତି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories