www.samajalive.in
Monday, December 8, 2025
24.1 C
Bhubaneswar

ମଣିପୁରରେ ପୁଣି ହିଂସା, ୯ ମୃତ

ଇମ୍ଫାଲ : ମଣିପୁରରେ କିଛି ଦିନର ବିରତି ପରେ ପୁଣି ଫୁଟିଛି ଗୁଳି। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି
ବିଳମ୍ବିତ ରାତିରେ ମଣିପୁରର ମୈଥି ସମ୍ପ୍ରଦାୟବହୁଳ ଖମେନଲୋକ ଗାଁରେ ଘଟିଛି ଏହି ଅଘଟଣ । ରାତି ପ୍ରାୟ ୧ଟାରେ ଅସ୍ତ୍ରଶସ୍ତ୍ରରେ ଖମେନଲୋକ ଗାଁକୁ ଘେରି ଯାଇଥିଲେ। ଉତ୍ତ୍ୟକ୍ତ ଲୋକେ ଓ ସେନା ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରାୟ ମାସେରୁ ଊର୍ଦ୍ଧ୍ୱ ସମୟ ହେଲା ସେଠାରେ କର୍ଫ୍ୟୁ ବଳବତ୍ତର ରହିଛି। ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ମଣିପୁର ଗସ୍ତ କରି ଶାନ୍ତି ସ୍ଥାପନ ନିମନ୍ତେ ବିଭିନ୍ନ ପଦକ୍ଷେପ ନେଇଥିଲେ ବି ସ୍ଥିତି ଅଦ୍ୟାବଧି ନିୟନ୍ତ୍ରଣକୁ ଆସିପାରିନାହିଁ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories