www.samajalive.in
Monday, December 8, 2025
24.1 C
Bhubaneswar

ବିଜେଡ଼ି ନେତାଙ୍କୁ ଗୁଳି

ଢ଼େଙ୍କାନାଳ : ଢେଙ୍କାନାଳ ଜିଲା କାମାକ୍ଷାନଗରର ବିଜେଡି ନେତା କାହ୍ନୁଚରଣ ସାହୁଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ତାଙ୍କ ହାତ ଓ ଜଙ୍ଘରେ ଗୁଳି ବାଜିଛି। ତାଙ୍କୁ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କାହ୍ନୁଚରଣ କାରରେ ଘରକୁ ଫେରୁଥିଲେ। କାମାକ୍ଷାନଗର ମେନ୍‌ରୋଡ୍ ସ୍ଥିତ ମା’ ତାରିଣୀ ଅଳଙ୍କାର ଦୋକାନ ସାମ୍ନାରେ ତାଙ୍କୁ ଗୁଳି କରାଯାଇଥିଲା। ସୂଚନା ଅନୁସାରେ, ୩ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି କାହ୍ନୁଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। କାହ୍ନୁଙ୍କୁ ପ୍ରଥମେ କାମାକ୍ଷାନଗର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories