www.samajalive.in
Tuesday, December 9, 2025
16.1 C
Bhubaneswar

୨୦ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ବର : ଆସନ୍ତା ୨୦ ତାରିଖ ସୁଦ୍ଧା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଆସନ୍ତା ୧୮ରୁ ୨୧ ମଧ୍ୟରେ ମୌସୁମୀ ପୂର୍ବ ଭାରତର କିଛି ଅଂଶକୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ ତାତି ଓ ଗୁଳିଗୁଳି ଧାରା ଅବ୍ୟାହତ ରହିଛି। ଅଧିକାଂଶ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୪୪.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୩.୭, ଭବାନୀପାଟଣା ୪୩, ବୌଦ୍ଧ ୪୨.୮, ବଲାଙ୍ଗୀର ୪୨.୫, ଟିଟିଲାଗଡ଼ ୪୨.୫, ବରଗଡ଼ ୪୨.୨ ଝାରସୁଗୁଡ଼ା ୪୩.୬, ହୀରାକୁଦ ୪୩.୭ , ମାଲକାନଗିରି ୪୨, ସୁନ୍ଦରଗଡ଼ ୪୧.୩, ନୂଆପଡ଼ା ୪୧, ତାଳଚେର ୪୦.୬, ଅନୁଗୋଳ ୪୦.୧, ରାଉରକେଲା ୪୦, ନୟାଗଡ଼ ୪୦, ଫୁଲବାଣୀରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories